ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ୪ ଜିଲ୍ଲାର ମିଶନ ଶକ୍ତି ମା’

0 89

ଭୁବନେଶ୍ୱର, ୧୨ା୯(ଡିକେ ନ୍ୟୁଜ): ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମାଆମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମାଆମାନେ ଜାତୀୟ ପତାକା
ତିଆରି ଦାୟିତ୍ୱ ପରି ଗୁରୁଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମାଆମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲ କାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି ବୋଲି କହିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମାଆମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

Leave A Reply

Your email address will not be published.