୧୮ରୁ ପୁଣି ବର୍ଷା

Torrential rain causing flood.
0 62

ଭୁବନେଶ୍ୱର, ୧୩ା୯(ଡିକେ ନ୍ୟୁଜ): ୧୮ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଯାଇଛି । ଫଳରେ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ । ତେବେ ମୌସୁମୀ ସକ୍ରିୟ ରହିଥିବା ଯୋଗୁ ରାଜ୍ୟରେ ଦୁଇଦିନ ଯାଏ କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଏଥିପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଜାରି ରହିବା ସହ ବାକି ଅଞ୍ଚଳ ଗୁଡ଼ିକରେ ପାଖ ଶୁଖିଲା ରହିବ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧୦୮୪.୩ ମି.ମି. ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫ ପ୍ରତିଶତ ଅଧିକ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.