ସୂର୍ଯ୍ୟକିରଣ ଏୟାର ସୋ’: ଆଜି ଭୁବନେଶ୍ୱରରେ ଅଭ୍ୟାସ୍‌

0 62

ଭୁବନେଶ୍ୱର, ୧୪ା୯(ଡିକେ ନ୍ୟୁଜ): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଭୁବନେଶ୍ୱର ଏବଂ ପୁରୀରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ସୋ’ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଆସନ୍ତା ୧୬ ତାରିଖରେ ଭୁବନେଶ୍ୱରସ୍ଥିତ କୂଆଖାଇ ନଦୀପଠା ବାଲିଯାତ୍ରା ପଡ଼ିଆରେ ଏହି ସୋ’ ହେବାକୁ ଥିବାବେଳେ ପୁରୀରେ ୧୮ ତାରିଖରେ ଏହି ଏୟାର ସୋ’ ହେବ । ବାୟୁସେନାର ୨ଟି ବିମାନ ଆଜି କୂଆଖାଇ ନଦୀପଠାରେ ପରିଦର୍ଶନ କରିଥିଲା ବେଳେ ଗୁରୁବାର ପୂର୍ଣ୍ଣ ଅଭ୍ୟାସ କରିବ । ପୋଲିସ
କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ‘ସୂର୍ଯ୍ୟକିରଣ’ ଏୟାର ସୋ’ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଲୋକେ ଯେପରିକି ସୁରୁଖୁର ଭାବେ ବସି ଏବଂ ଠିଆହୋଇ ଏହି ସୋ’କୁ ଦେଖିବେ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଛି । ଏହା କୁଆଖାଇ ନଦୀର ଉଭୟ ପାର୍ଶ୍ୱରେ ବ୍ୟବସ୍ଥା କରାଯାଇଛି । ଏଥିରେ ୨୦ ପ୍ଲାଟୁନ ଫୋର୍ସ, ୧୦୦ରୁ ଅଧିକ ବଛା ବଛା ଅଫିସର ନିୟୋଜିତ ରହିବେ । ୫୦ ହଜାରରୁ ଅଧିକ ଲୋଙ୍କକ ସମାଗମ ହେବାକୁ ଥିବାରୁ ଟ୍ରାଫିକ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଏୟାର ସୋ’ ପାଇଁ କୂଆଖାଇ ନଦୀପଠାରେ ପୂର୍ବ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଅନେକ ମାନ୍ୟଗଣ୍ୟ ବ୍ୟକ୍ତି, ବାୟୁସେନାର ସ୍ୱତନ୍ତ୍ର ଅଫିସରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବାରୁ ସ୍ୱତନ୍ତ୍ର ପ୍ରସ୍ତୁତି ଚାଲିଛି । କାର୍ଯ୍ୟକ୍ରମରେ ଯେମିତି କୌଣସି ବାଧା ନଉପୁଜେ ତାକୁ ଦୃଷ୍ଟିରେ ରଖି କମିଶନେରଟ ପୋଲିସ ପକ୍ଷରୁ ବାୟୁସେନା ଅଧିକାରୀମାନଙ୍କ ସହ ଆଲୋଚନା ମଧ୍ୟ ଜାରି ରହିଛି । ସୁରୁଖୁରୁରେ ଏହି ଏୟାର ସୋ’ କେମିତି ହେବ ତାର ତଦାରଖ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ।

Leave A Reply

Your email address will not be published.