ଶିକ୍ଷକଙ୍କୁ ଆର୍ଥିକ ସୁରକ୍ଷା ଦେବ ‘ବଜ୍ର’

0 46

ଭୁବନେଶ୍ୱର, ୧୯ା୯(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାରଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ । ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ ଅଡିଟୋରିୟମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ । ଏହି ଅବସରରେ ଶିକ୍ଷକମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ । ଏହି ଯୋଜନାରେ ଶିକ୍ଷକମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ । ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ, ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ
ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ, ବିଭାଗୀୟ ସଚିବ ଶ୍ରୀମତୀ ଅଶ୍ୱଥୀ ଏସ, ଓଏଭି ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.