୧୬ ବିଭାଗର ୩୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ୮୭୫ କୋଟ

0 78

ଭୁବନେଶ୍ୱର, ୨୨ା୯(ଡିକେ ନ୍ୟୁଜ): କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ । ବୈଠକରେ ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ଲାଗିଛି ମୋହର । ଏହି ତାଲିକାରେ ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରି । ଜଟଣୀ ତହସିଲର ଜାମୁକୋଳିରେ ହେବ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ । ଏଥିପାଇଁ ରାଜ୍ୟ ସରକାର
ମାଗଣାରେ ଯୋଗାଇ ଦେବେ ୫ ଏକର ଜମି । ଏଥିସହ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ ମଞ୍ଜୁରି ମିଳିଛି । ଏଥିସହ ୮୭୫ କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରି । କୋଭିଡ ମହାମାରୀ ପାଇଁ ମନ୍ତ୍ରିସ୍ତରୀୟ କମିଟିର ନିଷ୍ପତ୍ତି ଉପରେ ମୋହର ମରାଯାଇଛି । ରାଜ୍ୟର ଶିଳ୍ପାନୁଷ୍ଠାନକୁ ଚୂନ ପଥର ଯୋଗାଣ ଏଣିକି ସୁନିଶ୍ଚିତ ହେବ । ଏହି ଚୁନ ପଥର ଓଏମସି ଜରିଆରେ ଯୋଗାଇ ଦିଆଯିବ । ସ୍ୱେଚ୍ଛାକୃତ ଅବସର ପରେ ଆଇଆରଟିଏସ୍‌ ଅଫିସର ମନୋଜ ମିଶ୍ରଙ୍କୁ ମିଳିବ ଚୁକ୍ତିଭିତ୍ତିକ ନିଯୁକ୍ତି । ସେହି ପଦବୀରେ ରାଜ୍ୟ ସରକାର ଦେବେ ନିଯୁକ୍ତି । ସେହିପରି ୯ଟି ମେଗା ଲିଫ୍ଟ ପ୍ରୋଜେକ୍ଟକୁ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ । ୩୬ ମାସ ଭିତରେ କାର୍ଯ୍ୟକ୍ଷମ ହେବ ଏହି ପ୍ରକଳ୍ପ । ସେହିପରି ୧୪ଟି ମେଗା ଲିଫ୍ଟ ପ୍ରୋଜେକ୍ଟ କେନ୍ଦୁଝର ଜିଲ୍ଲାରେ ହେବ । ୧୭ ହଜାର ହେକ୍ଟର ଜମି ଜଳସେଚିତ ହେବ । ୟେଉଁ କମ୍ପାନୀ ଏହି ଟେଣ୍ଡର ନେବ ତାହାକୁ ୧୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱ ନେବେ ବୋଲି କୁହାଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବକୁ ମୋହର ମରାଯାଇଛି । ସୁବର୍ଣ୍ଣପୁର-ବିନିକା ରାସ୍ତାକୁ ଉନ୍ନତିକରଣ କରିବା କାର୍ଯ୍ୟକୁ ଅନୁମୋଦନ ଦିଆଯାଇଛି । ଭୁବନେଶ୍ୱରରେ ବିଧାୟକଙ୍କ ନିମନ୍ତେ ଗୃହ ନିର୍ମାଣ ପାଇଁ ମଧ୍ୟ ଯେଉଁ ପ୍ରସ୍ତାବ ଦିଆଯାଇଥିଲା, ତାହାକୁ ଅନୁମୋଦନ ମାରିଛନ୍ତି ରାଜ୍ୟ ସରକାର । ରାଜ୍ୟର ସ୍ପୋର୍ଟ୍ସ ହଷ୍ଟେଲରେ ପଢୁଥିବା ପିଲାମାନଙ୍କ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ୧୫ ପ୍ରତିଶତ ଆସନ ସରକ୍ଷଂଣ ବ୍ୟବସ୍ଥା କରାଯାଇଛି । ଯଦ୍ୱାରା ଖେଳ ପ୍ରତି ପିଲାମାନଙ୍କ ଇଚ୍ଛାଶକ୍ତିରେ ବୃଦ୍ଧି ଘଟିବ ବୋଲି କୁହାଯାଇଛି । ସେହିପରି ବିଭିନ୍ନ ବିଭାଗର ସରକାରୀ ·କିରି ସର୍ତ୍ତାବଳୀ ସଂଶୋଧନକୁ ମଧ୍ୟ କ୍ୟାବିନେଟ
ଅନୁମଦୋନ କରିଛି । ଓପିଏସ୍‌ସି ସଦସ୍ୟ ନିଯୁକ୍ତି, ପର୍ଯ୍ୟଟନ ବିଭାଗର ନୂଆ କ୍ୟାଡର ଗଠନ, ସମବାୟ ବିଭାଗରେ କ୍ୟାଡର ପୁନର୍ଗଠନ କ୍ୟାବିନେଟ ମଞ୍ଜୁରି ଦେଇଛି । ଏହାଛଡ଼ା ଜିଲ୍ଲା ସ୍ତରରେ ପୋଲିସ ସେବା ନିଯୁକ୍ତି, ଓଡ଼ିଶା ସିଭିଲ ସର୍ଭିସ ନିଯୁକ୍ତି ନିୟମାବଳୀ, ଓଡ଼ିଶା ବି·ର ବିଭାଗୀୟ ସେବା ନିଯୁକ୍ତି ସହ ଜିଲ୍ଲା ଏବଂ ସବ୍‌ଅର୍ଡିନେଟ୍‌ କୋର୍ଟରେ ନିଯୁକ୍ତି ସର୍ତ୍ତବଳୀରେ ସଂଶୋଧନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଛି ।

Leave A Reply

Your email address will not be published.