ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତ

0 78

ଭୁବନେଶ୍ୱର, ୨୮ା୯(ଡିକେ ନ୍ୟୁଜ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମ ରାଜ୍ୟପାଳ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତ
ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । କଟକ ଓ ବ୍ରହ୍ମପୁରର ସେ ପୂର୍ବତନ ସାଂସଦ ଥିଲେ । ରାଜନୀତି ସହ ସମାଜସେବାରେ ନିଜକୁ ଉତ୍ସର୍ଗୀକୃତ କରିଥିଲେ । ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ଥିଲେ । ଏଥିସହିତ ଓଡ଼ିଶାରୁ ଲୋକସଭାକୁ ନିର୍ବାଚିତ ହେବାରେ ପ୍ରଥମ ମହିଳା ସାଂସଦ ଥିଲେ । ତାଙ୍କ ମୃତ୍ୟୁରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି ।

Leave A Reply

Your email address will not be published.