ଦଳୀୟ କର୍ମକର୍ତ୍ତାଙ୍କୁ ନବୀନଙ୍କ ଗୁରୁମନ୍ତ୍ର, ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କୁ ଜଣାଅ

0 45

ଭୁବନେଶ୍ୱର, ୨୯ା୯(ଡିକେ ନ୍ୟୁଜ): ବିଜେଡି ଲୋକଙ୍କ ସାଥୀରେ ରହିଛି ଓ ଜନସାଧାରଣଙ୍କ ପାଇଁ କାମ କରୁଛି । ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ନିକଟରେ ପହଞ୍ôଚପାରିବ ତାହା ଉପରେ ଧ୍ୟାନ ଦିଅ । ବିଜେଡିର ଜନସମ୍ପର୍କ ପ୍ରସ୍ତୁତି ପାଇଁ ଆୟୋଜିତ ଦୁଇଦିନିଆ କର୍ମଶାଳାରେ ଏପରି ବାର୍ତ୍ତା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିପରି ଚଳିତବର୍ଷ ଦେଶ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ପାଳନ କରୁଛି । ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ସଂଗ୍ରାମୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଓ ଅବଦାନ ସମ୍ପର୍କରେ ଲୋକଙ୍କୁ ସ୍ମରଣ କରାଇବାକୁ ନବୀନ ପରାମର୍ଶ ଦେଇଛନ୍ତି । ବେଙ୍ଗାଲୁରୁ ଗସ୍ତରେ ଥିବା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଯୋଗେ ଏହି ସମାବେଶରେ ଯୋଗଦେଇ ଦଳୀୟ ନେତାଙ୍କୁ ଏପରି ଦିଗ୍‌ଦର୍ଶନ ଦେଇଛନ୍ତି । ଆଜିଠାରୁ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା ପ୍ରସ୍ତୁତି ବୈଠକର ପ୍ରଥମ ଦିନରେ ସାରା ଓଡ଼ିଶାରୁ ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତା, ଦଳର ସମସ୍ତ ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ରାଜ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ । ଏହି ସମାବେଶରେ ଅଧ୍ୟକ୍ଷତା କରି ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଲେ ଯେ ୧୯୯୭ ଏପ୍ରିଲ ୧୭ ତାରିଖରେ ବିଜୁ ବାବୁଙ୍କ ଦେହାନ୍ତ ପରେ କିଏ ଓଡ଼ିଶାର ନେତୃତ୍ୱ ନେବ, ଏହାକୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ଘୋର ନିରାଶାର ଅନ୍ଧକାର ସୃଷ୍ଟି ହୋଇଥିଲା । ଏହି ଅନ୍ଧକାର ଭିତରେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ଉକ୍ରଣ୍ଠା ଓ ଆକାଂକ୍ଷାର ଅନ୍ତ ଘଟାଇ ଆଶାର ଆଲୋକ ହୋଇ ଉଭା ହୋଇଥିଲେ । ବିଜୁବାବୁଙ୍କ ସ୍ୱପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ । ସେବେଠୁ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରି ଆଜି ନବୀନ ଓଡ଼ିଶାର ବିଶ୍ୱକର୍ମା ଏବଂ ସାଢେ଼ ·ରି କୋଟି ଓଡ଼ିଆଙ୍କ ଆଶା ଓ ଭରସାର ପ୍ରତୀକ ସାଜିଛନ୍ତି । ଆଉ ୨୫ ବର୍ଷ ତଳେ ନବୀନବାବୁ ବିଜୁ ଜନତା ଦଳର ଯେଉଁ ·ରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି । ଓଡ଼ିଶାରେ ସ୍ୱାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି । ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ । ତେଣୁ ଏହି ପ୍ରତିବଦ୍ଧତାକୁ ଆଗକୁ ନେବା ଲାଗି ଆମର ଉତ୍ତରଦାୟିତ୍ୱ ରହିଛି ବୋଲି କହି ପଦଯାତ୍ରାକୁ ସଫଳ କରିବା ପାଇଁ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ । ଏହି ଅବସରରେ ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ପୂର୍ବତନ ସାଂସଦ ପ୍ରସନ୍ନ ଆ·ର୍ଯ୍ୟ, ମନ୍ତ୍ରୀ ଅତନୁ ସବ୍ୟସାଚୀ, ଡ. ଅରୁଣ ସାହୁ, ଅଶୋକ ପଣ୍ଡା, ପ୍ରମିଳା ମଲ୍ଲିକ, ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ, ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ, ସାଂସଦ ସସ୍ମିତ ପାତ୍ର, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀରଂଜନ ତ୍ରିପାଠୀ ପ୍ରମୁଖ ବିଭିନ୍ନ ବିଷୟରେ ବକ୍ତବ୍ୟ ରଖି ପଦଯାତ୍ରାକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ । ପ୍ରାରମ୍ଭରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରଦୀପ ଅମାତ, ଟୁକୁନି ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସମାବେଶକୁ ଉଦ୍‌ଘାଟନ କରିଥିଲେ । ବନ୍ଦେ ଉକ୍ରଳ ଜନନୀ ଗାନ ହେଲା ପରେ ବୈଠକ ଆରମ୍ଭ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଣାଣୀ, ମଙ୍ଗଳା କିଷାନ, ପଦ୍ମନାଭ ବେହେରା, ସଞ୍ଜୟ ଦାସବର୍ମା, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅଶ୍ୱିନୀ ପାତ୍ର, ରଘୁନନ୍ଦନ ଦାସ, ରୋହିତ ପୂଜାରୀ, ତୁଷାରକାନ୍ତି ବେହେରା, ବାସନ୍ତୀ ହେମ୍ବ୍ରମ, ଓଡ଼ିଶା ମୋ ପରିବାର ଅରୂପ ପଟ୍ଟନାୟକ, ସାଂସଦ ମାନସ ମଙ୍ଗରାଜ, ସୁଲତା ଦେଓ, କଟକ ମେୟର ସୁବାସ ସିଂ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଦଳର ସବୁ ବିଧାୟକ ଓ ସାଂସଦମାନେ ଉପସ୍ଥିତ ଥିଲେ । ସମାବେଶର ଦ୍ୱିତୀୟ ଅଧିବେଶନରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଡକ୍ଟର ଉଜ୍ଜ୍ୱଳ ପଟନୀ କହିଥିଲେ ଦେଶର ୩ ଶୀର୍ଷ ନେତାଙ୍କ ମଧ୍ୟରୁ ନବୀନ ହେଉଛନ୍ତି ଜଣେ । ଦେଶର ଅଧେ ନେତା ନବୀନ ବାବୁଙ୍କଠାରୁ ବିନମ୍ରତା ଓ ସରଳାତା ଶିଖିବା ଜରୁରି । ଏହି ଅବସରରେ ସେ ଉପସ୍ଥିତ ମହିଳା, ଯୁବ ଓ ଛାତ୍ରନେତାଙ୍କୁ ନେତୃତ୍ୱ ବିକାଶର ବିଭିନ୍ନ କୌଶଳ ସମ୍ପର୍କରେ ଶିକ୍ଷା ଦେଇଥିଲେ ।

Leave A Reply

Your email address will not be published.