ଗାନ୍ଧୀଙ୍କ ଅହିଂସା ମନ୍ତ୍ରରେ ଦୀକ୍ଷିତ ପାଇଁ ଆହ୍ୱାନ ଗଛ ଲଗାଇ ଅହିଂସାର ବାର୍ତ୍ତା ଦେଲେ

0 69

ଭୁବନେଶ୍ୱର, ୨ା୧୦(ଡିକେ ନ୍ୟୁଜ): ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ୱାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ୱରାଜର ମହୋତ୍ସବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ୱବୃକ୍ଷକୁ
ସ୍ୱରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି । ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ୱରାଜ ବୃକ୍ଷ ରୋପଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଶ୍ୱ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ୱାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରି·ଲିବ । ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବୃକ୍ଷ ସିନ୍ଧୁ ସଭ୍ୟତାରୁ ଆରମ୍ଭ କରି ଭଗବାନ ବୁଦ୍ଧଙ୍କ ସାଧନା ସହ ଯୋଡି ହୋଇରହିଛି । ଗୀତାରେ ମଧ୍ୟ ଏ ବୃକ୍ଷର ବର୍ଣ୍ଣନା ରହିଛି । ଏ ବୃକ୍ଷ ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ । ଏହା ଅତୀତରେ ଥିଲା, ବର୍ତ୍ତମାନ ଅଛି ଏବଂ ଭବିଷ୍ୟତରେ ମଧ୍ୟ ରହିଥିବ । ଏହି ଅବସରରେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସଂଘର ସଭାପତି ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ସାମଲଙ୍କୁ ଏକ ଶାଲ୍‌ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ସାରା ରାଜ୍ୟରେ ବୁଲି ବୁଲି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ର·ର କରୁଥିବା ଅହିଂସା ରଥ ଆସି ଲୋକସେବା ଭବନରେ ପହଞ୍ଚିଥିଲା । ଏହାକୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ଆହିଂସା ରଥକୁ ଓଡିଶାବାସ ଯେଭଳି ଭାବରେ ବିପୁଳ ସ୍ୱାଗତ ସମ୍ମାନ ଜଣାଇଲେ ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଉକ୍ରଳ ପ୍ରସଙ୍ଗ, ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ସଂଖ୍ୟା ସହିତ ଓଡିଶାରେ ଗାନ୍ଧୀ ପୁସ୍ତକର ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ବିଶିଷ୍ଟ ଗାୟିକା ନାଜିଆ ଆଲାମ ରାମଧୁନ ଗାନ କରିଥିଲେ ।

Leave A Reply

Your email address will not be published.