ପୁରୀରେ ବୃନ୍ଦାବତୀ ନିବାସ ଲୋକାର୍ପିତ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ହବିଷ୍ୟାଳୀ

0 67

ପୁରୀ, ୧୦ା୧୦(ଡିକେ ନ୍ୟୁଜ): ପୁରୀରେ ହବିଷ୍ୟାଳୀ ମା’ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳୀ ମା’ମାନଙ୍କ ପାଇଁ “ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳୀ ମା’ମାନଙ୍କୁ ସ୍ୱାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମା’ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶାପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା’ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ୩ଜଣ ହବିଷ୍ୟାଳୀ ମା’ ଗଞ୍ଜାମର ଉର୍ମିଳା ପଟ୍ଟନାୟକ, ମୟୁରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ, ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି । ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଶ୍ରୀଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରି·ଳନା କରିଥିଲେ । ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରି·ଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତିମାନେ ଏଥିରେ ଯୋଗ ଦେଇଥିଲେ । ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.