୨୦ରେ ଆଉ ଏକ ଲଘୁଚାପ!

0 74

ଭୁବନେଶ୍ୱର, ୧୪ା୧୦(ଡିକେ ନ୍ୟୁଜ): ଆସୁଛି ଆଉ ଏକ ଲଘୁ·ପ । ୨୦ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଆଜି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମକୁ ଗତି କରି ଘନୀଭୂତ ହୋଇପାରେ । ୨୦ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁ·ପରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁ·ପ ରୂପରେଖ କ’ଣ ରହିବ ସେନେଇ ଆକଳନ କରାଯାଇ ନାହିଁ । ତେବେ ବାତ୍ୟା ନେଇ କୌଣସି ସୂଚନା ଜାରି କରାଯାଇ ନାହିଁ । ଶ୍ରୀ ଦାଶ କହିଛନ୍ତି, ୧ ଅକ୍ଟୋବରରୁ ୧୪ ଅକ୍ଟୋବର ମଧ୍ୟରେ ରାଜ୍ୟରେ ୧୧୦.୩ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷାଠାରୁ ୬୨ ମିମି ଅଧିକ ରହିଛି । ଆଜି ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ମଧ୍ୟ ଆଜି ବର୍ଷା ହୋଇଛି ।

Leave A Reply

Your email address will not be published.