ଘନେଇଲା ବାତ୍ୟା ଆଶଙ୍କା !

0 122

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟୟ ସୋମବାର ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୩.୧ କିମି ଯାଏଁ ବ୍ୟାପିଛି । ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋମବାର ମଧ୍ୟାହ୍ନ ବୁଲେଟିନରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ବାତ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏଭଳି ସମୟରେ ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲର ଆକଳନ ଆଶଙ୍କାକୁ ଆହୁରି ବଢ଼ାଇ ଦେଇଛି । ଅଧିକାଂଶ ମଡେଲର ଆକଳନ ବାତ୍ୟା ନିଶ୍ଚିତ ହେବ । ଇସିଏମ୍‌ ମଡେଲକୁ ଅନୁଧ୍ୟାନ କରି ପାଣିପାଗ ଆକଳନକାରୀ ସଂସ୍ଥା ୱିଣ୍ଡି ୨୬ ତାରିଖରେ ବାତ୍ୟା ପଶ୍ଚିମବଙ୍ଗର ସୁନ୍ଦରବନ ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଦର୍ଶାଇଛି । ସେହିପରି ଜିଏଫ୍‌ଏସ୍‌ ମଡେଲ ଅନୁସାରେ ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଇଁବ ବୋଲ କୁହାଯାଇଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ପୂର୍ବାନୁମାନ କରିନାହିଁ । କେବଳ ୨୦ ତାରିଖରେ ଲଘୁ·ପ ହେବ ବୋଲି ପୂର୍ବାନୁମାନ କରିଛି ଏବଂ ୨୦ ପରେ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିବ ବୋଲି କହିଛି ଆଇଏମ୍‌ଡି । ଗତ ୭ ଦିନ ଧରି ବାତ୍ୟା ଚର୍ଚ୍ଚା ·ଲିଥିବା ବେଳେ ପୂର୍ବରୁ ଆକଳନ କରିପାରିନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜି କିନ୍ତୁ ଆଭାସ ଦେଇଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ୨୧ ତାରିଖ ବେଳକୁ ବାତ୍ୟା ଫନିର ଗତିପଥକୁ ଫଲୋ କରିପାରେ ଲଘୁଚାପ ।
୨୪ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାରେ ବାତ୍ୟା ସମ୍ଭାବନା ରହିଛି । ଲଘୁଚାପ ଧିରେ ଧିରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ଓ ତତ୍‌ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡକୁ ମୁହାଁଇବ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହ ପବନର ବେଗ ମଧ୍ୟ ଅଧିକ ରହିବ । ସେପଟେ ବିଭିନ୍ନ ମଡେଲ୍‌ ଭିନ୍ନ ଭିନ୍ନ ତଥ୍ୟ ଦେଉଛନ୍ତି । ଇସିଏମ୍‌ଡବ୍ଲ୍ୟଏଫ୍‌ ମଡେଲର ଆକଳନ ଅନୁସାରେ ବଙ୍ଗୋପସାଗରେ ଘନୀଭୂତ ହେବାକୁ ଥିବା ଲଘୁଚାପ ୨୪ ତାରିଖକୁ ବାତ୍ୟାର ରୂପ ନେଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୨୫ ତାରିଖ ବେଳକୁ ଉତ୍ତର- ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ-ଓଡିଶା ଉପକୂଳର ନିକଟତର ହେବ । ସେହିପରି ଜିଏଫ୍‌ଏସ୍‌ ମଡେଲର ଆକଳନ ଅନୁସାରେ ୨୪ ତାରିଖକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାଟି ଥିବ । ୨୫ ତାରିଖରେ ଏହା ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ଏହି ସମୟରେ ଉତ୍ତର-ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳ ନିକଟତର ହେବାର ପୂର୍ବାନୁମାନ କରିଛି । ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକଙ୍କ ଅକଳନ ଅନୁଯାୟୀ ୨୦ ତାରିଖର ଲଘୁଚାପଟି ୨୨ରେ ଅବପାତ ଓ ୨୪ କିମ୍ବା ୨୫ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ । ୨୧ ପରେ ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ର ବଙ୍ଗୋପସାଗରର ପଶ୍ଚିମ ଅଞ୍ଚଳ ଆନ୍ଧ୍ରପ୍ରଦେଶ, ଓଡିଶା ଓ ପଶ୍ଚିମବଙ୍ଗ ଏହି ଅଞ୍ଚଳରେ ବାତ୍ୟା ସୃଷ୍ଟି ପାଇଁ ଅନୁକୂଳ ବାତାବରଣ ରହିଛି । ତେବେ ଭୀଷଣ ବାତ୍ୟା ହୋଇ ନପାରେ । କିନ୍ତୁ ବାତ୍ୟା ହେବା ସୁନିଶ୍ଚିତ । ବାତ୍ୟାଟି କେଉଁଠି ସ୍ଥଳଭାଗ ଛୁଇଁବ ବା ଲ୍ୟାଣ୍ଡଫଲ କରିବ, ତାହା ସ୍ପଷ୍ଟ ହୋଇନି । କିନ୍ତୁ ଓଡିଶାରେ ବାତ୍ୟା ହେବାର ବହୁ ସମ୍ଭାବନା ରହିଛି । ଏହାକୁ ଏଡ଼ାଇ ଦେଇ ହେବନି । ବାତ୍ୟାଟି ସମୁଦ୍ରରେ ଥିଲାବେଳେ ପବନର ବେଗ ଅଧିକ ରହିବ । ସ୍ଥଳ ଭାଗରେ ପହଞ୍ଚିବା ବେଳକୁ ପବନର ବେଗ କମିବ । ସ୍ଥଳ ଭାଗରେ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ରହିପାରେ । ଓଡିଶାରେ ଲ୍ୟାଣ୍ଡଫଲ ହେଲେ ପବନର ବେଗ ଘଣ୍ଟାପ୍ରତି ୭୦ କିଲୋମିଟର ହୋଇପାରେ । ତେବେ ବାତ୍ୟାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୮୦ ମିଲିମିଟରରୁ ୧୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ ।

Leave A Reply

Your email address will not be published.