ଜଣେ ମା’ଙ୍କୁ ବିଧାୟକ ଭାବେ ଦେଖିବାକୁ ଚାହେଁ ଧାମନଗରର ବିକାଶ ମୋ ଦାୟିତ୍ୱ: ନବୀନ

0 61

ଧାମନଗର/ଭୁବନେଶ୍ୱର, ୩୧ା୧୦(ଡିକେ ନ୍ୟୁଜ): ପ୍ର·ରରେ କମ୍ପୁଛି ଧାମନଗର । ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ର·ରପ୍ରସାର ଚଳାଇଛନ୍ତି । ଏହି କ୍ରମରେ ଧାମନଗରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ର·ର କରିଛନ୍ତି । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ନବୀନ ପ୍ର·ର କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଧାମନଗର ହେଉଛି ଶାନ୍ତି,
ସଦ୍‌ଭାବର ଭୂମି । ଭାଇ·ରାର ଭୂମି । ଏହା ଧାମନଗରର ସବୁଠାରୁ ବଡ ପରିଚୟ । ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସବୁ ଯୋଜନାର ସୁବିଧା ଆପଣମାନଙ୍କ ପାଖରେ ପହଞ୍ଚି ପାରିଛି । ମାଆମାନେ ସଶକ୍ତ ହେଉଛନ୍ତି । ମିଶନ ଶକ୍ତି ସେମାନଙ୍କ ନୂଆ
ପରିଚୟ ହୋଇଛି । ମାଆ ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ତେଣୁ ଜଣେ ମା’କୁ ଆପଣଙ୍କ ଏମ୍‌ଏଲ୍‌ଏ ଭାବରେ ଦେଖିବାକୁ ମୁଁ ·ହେଁ । ଆପଣମାନେ ବି ·ହାନ୍ତି । ମାଆମାନେ ସବୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି । ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଆପଣମାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ୱାସ । ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି । ଶଙ୍ଖ ଚିହ୍ନରେ ବିଶ୍ୱାସ ରଖିଛନ୍ତି । ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ । ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି । ସେହିପରି ଧାମନଗର ଏନଏସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ୱ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି । ମୋର ପୁରା ବିଶ୍ୱାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ । ବର୍ତ୍ତମାନ ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି । ଧାମନଗରର ବିକାଶ ଆହୁରି ଆଗକୁ ବଢିବ । ମୋର ଅନୁରୋଧ, ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ୱ ମୋର । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ୱ ମୋର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.