ଚନ୍ଦ୍ରଗ୍ରହଣ: ଶ୍ରୀମନ୍ଦିରରେ ନୀତି ନିର୍ଘଣ୍ଟ ୮ ତାରିଖ ରାତି ୧୨.୧୦ରେ ଦ୍ୱାରଫିଟା

full blood moon over silhouette heap cloud on sea, Elements of this image furnished by NASA
0 70

ପୁରୀ, ୧ା୧୧(ଡିକେ ନ୍ୟୁଜ): ଆସନ୍ତା ନଭେମ୍ବର ୮ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା ନୀତିନିର୍ଘଣ୍ଟରେ ପରିବର୍ତ୍ତନ ହୋଇଛି । ସୂର୍ଯ୍ୟୋଦୟ ୫ଟା ୫୪ ମିନିଟ୍‌ ୫୩ ସେକେଣ୍ଡରେ ଆରମ୍ଭ ହେଉଥିବାରୁ ସେହି ସମୟରୁ ପାକତ୍ୟାଗ ଓ ଦେବନୀତି ନିଷେଧ ହେବ । ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁସାରେ ୮ ତାରିଖ ରାତି ୧୨ଟା ୧୦ରେ ଦ୍ୱାରଫିଟା, ରାତି ୨ଟା ୩୦ ସୁଦ୍ଧା ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଓ ସକାଳ ୫ଟା ୫୦ ସୁଦ୍ଧା ଭୋଗମଣ୍ଡପ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି । ଦିନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ ଓ ଗ୍ରହଣ ଭୋଗନୀତି ହୋଇ ଅନ୍ୟାନ୍ୟ ନୀତି ଥିବାରୁ ଏହି ଦିନ ସୁନାବେଶ ଦେଖିବା ସମ୍ଭବପର ନଥିବା ସୂଚନା ଦିଆଯାଇଛି । ସେହିପରି ଆସନ୍ତା ୪ରୁ ପଞ୍ଚୁକ ଆରମ୍ଭ ହେଉଥିବାରୁ ଶ୍ରୀମନ୍ଦିର ନୀତିକାନ୍ତି କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେଥିନେଇ ସମସ୍ତ ନିଯୋଗକୁ ଅନୁରୋଧ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.