ଅଁଳା ନବମୀରେ ରାଧାପାଦ ଦର୍ଶନକୁ ଅନୁମତି: ଛୁଇଁବା ମନା

0 65

ସାକ୍ଷୀଗୋପାଳ, ୧ା୧୧(ଡିକେ ନ୍ୟୁଜ): ଆସନ୍ତାକାଲି ପବିତ୍ର ଅଁଳା ନବମୀ । ସାକ୍ଷୀଗୋପାଳ ମନ୍ଦିର ପରିସରରେ ଅଁଳା ନବମୀ ଅନୁଷ୍ଠିତ ହେବ । କରୋନା କଟକଣା ହଟିଥିବାରୁ ଦୁଇ ବର୍ଷ ପରେ ଭକ୍ତଙ୍କୁ ଓଡ଼ିଆଣୀରେ ବେଶରେ ଦର୍ଶନ ଦେବେ ମା’ ରାଧା । କିନ୍ତୁ ଭକ୍ତଙ୍କୁ ରାଧା ପାଦ ଛୁଇଁବା ମନା । ଭକ୍ତଙ୍କୁ ପାଦ ଛୁଇଁବାକୁ ବାରଣ କରିଛି ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଭବ ତରଣ ସାହୁ । ଅଧିକ ଭିଡକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ । ସାକ୍ଷୀଗୋପାଳର ସାକ୍ଷୀ ଗୋପୀନାଥ ମନ୍ଦିରରେ ରାଧା ପାଦ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ପାଇଁ ସମାଗମକୁ ଲକ୍ଷରେ ରଖି ଶାନ୍ତିଶୃଙ୍ଖଳା ନେଇ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତେବେ ପୁରୀ ଏସ୍‌ପିଙ୍କ ନଜରରେ ରହିବ ସମସ୍ତ ଅଞ୍ଚଳ । କରୋନା କଟକଣା ହଟିଥିବାରୁ ଚଳିତ ବର୍ଷ ୨ଲକ୍ଷରୁ ଅଧିକ ଲୋକ ହେବାର ଆଶଙ୍କା କରାଯାଉଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ପ୍ରଶାସନ । ନିୟୋଜିତ ହେବେ ୩ ଜଣ ଆଡସିନାଲ ଏସ୍‌ପି, ୮ଜଣ ଡିଏସ୍‌ପି, ୭୪ ଜଣ ଏସ୍‌ଆଇ, ୧୦୦ଜଣ ହାବିଲଦାର ଓ କନଷ୍ଟେବଳ । ୨୦୦ଜଣ ଗୃହରକ୍ଷୀ ସମେତ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ ।

Leave A Reply

Your email address will not be published.