ପୁଷ୍ଟିର ପାୱାର ହାଉସ୍‌ ମାଣ୍ଡିଆ

0 62

ଭୁବନେଶ୍ୱର, ୧୦ା୧୧(ଡିକେ ନ୍ୟୁଜ): ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି । ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି । ଆମ ରାଜ୍ୟରେ ଛୋଟ ·ଷୀ, ଗରିବ ଆଦିବାସୀ ·ଷୀ ମାଣ୍ଡିଆ ·ଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ୨୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଆମର ମିଲେଟ ମିଶନ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ·ଷୀ, ୮୨ଟି ଏଫପିଓ ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ·ଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।

Leave A Reply

Your email address will not be published.