ଚାଷୀଙ୍କୁ ୨୦୦ କୋଟିର ସହାୟତା

0 42

ଭୁବନେଶ୍ୱର, ୧୫ା୧୧(ଡିକେ ନ୍ୟୁଜ): ଫସଲବୀମା ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ତୁତୁମେଁମେଁ ଚାଲିଥିବା ବେଳେ ମରୁଡ଼ି ପ୍ରଭାବିତ ଚାଷୀଙ୍କୁ ପାଇଁ ୨୦୦ କୋଟିର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ନିଜ ରାଜକୋଷରୁ ପ୍ରଦାନ କରିବେ । ସୂଚନା ଅନୁଯାୟୀ, ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍କ୍‌ ଏବଂ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨, ୬୩,୫୬୦ ହେକ୍ଟର ·ଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନୀ ହୋଇଛି । ଅଥଚ ଏ ପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ·ଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି । ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନସ୍ଥ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ । ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା, ମରୁଡ଼ି ପୀଡ଼ିତ କୃଷକଙ୍କ ଦାବି ଏବଂ ଜିଲ୍ଲାପାଳମାନେ ଦେଇଥିବା ଫସଲହାନି ରିପୋର୍ଟକୁ ବି·ରକୁ ନେଇ ମୁଖ୍ୟମନ୍ତ୍ରୀ ପୀଡ଼ିତ ଏବଂ ବଞ୍ଚିତ ·ଷୀଙ୍କୁ ରାଜ୍ୟର ନିଜସ୍ୱ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ପୀଡ଼ିତ ·ଷୀଙ୍କୁ ତକ୍ରାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସଂର୍ପକରେ ଏସ୍‌ଆରସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୀଡ଼ିତ ·ଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି । ଏଯାଏ ମରୁଡ଼ି ପ୍ରଭାବିତ ଚାଷୀ ଫସଲବୀମା ରାଶି ପାଇପାରିନାହାନ୍ତି । ଏ ସମ୍ପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ମିଳିନି ।

Leave A Reply

Your email address will not be published.