ହାପିଏଷ୍ଟ ମାଇଣ୍ଡସ୍‌ ଗ୍ଲୋବାଲ ଉଦ୍‌ଘାଟିତ ହଜାରରୁ ଊଦ୍ଧ୍ୱର୍ କର୍ମଚାରୀଙ୍କ ପାଇଁ ନିଯୁକ୍ତି ସୁଯୋଗ

0 60

ଭୁବନେଶ୍ୱର, ୨୪ା୧୧(ଡିକେ ନ୍ୟୁଜ): ରାଜ୍ୟରେ ଆଇଟି ଇକୋସିଷ୍ଟମ୍‌କୁ ଆହୁରି ବିସ୍ତାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର ଫର୍ଚୁନ ଟାୱାରରେ
ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ନୂତନ କେନ୍ଦ୍ର ଭାରତର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ଓଡ଼ିଶାର ସ୍ଥିତିକୁ
ଆହୁରି ମଜବୁତ୍‌ କରିବ । ଭାରତ ଏବଂ ଭାରତ ବାହାରେ ଥିବା ଗ୍ରାହକଙ୍କ ସେବାପାଇଁ ଉଦ୍ଦିଷ୍ଟ ଏହି ଇନୋଭେସନ୍‌ ସେଣ୍ଟରରେ ଏକ ହଜାରରୁ (୧୦୦୦) ଅଧିକ କର୍ମ·ରୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏହା ବ୍ୟତୀତ ଆଗାମୀ ବର୍ଷମାନଙ୍କରେ ଓଡ଼ିଶାର ପ୍ରତିଭାବାନ୍‌ ଇଞ୍ଜିନିୟରମାନଙ୍କ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିବ । ଏହି କେନ୍ଦ୍ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ବିଗତ କିଛିବର୍ଷ ଧରି ଓଡ଼ିଶା ଆଇଟି କ୍ଷେତ୍ରରେ ଅନେକ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ନେଉଛି । ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଓଡ଼ିଶା ନିବେଶକଙ୍କ ପ୍ରଥମ ପସନ୍ଦ ହେବା ସହିତ ଆଇଟି କ୍ଷେତ୍ରରେ ରାଜ୍ୟ ଅଭିବୃଦ୍ଧିର ହାର ତ୍ୱରାନ୍ୱିତ ହୋଇପାରିଛି । ବର୍ତ୍ତମାନ ଓଡ଼ିଶା ଦ୍ରୁତଗତିରେ ଭାରତର ପ୍ରଯୁକ୍ତି ବିଜ୍ଞାନ ଉତ୍ସ କେନ୍ଦ୍ର ଭାବରେ ପରିଗଣିତ ହୋଇଛି ଏବଂ ଆମ ଯୁବପିଢ଼ିଙ୍କ ପାଇଁ ଅନେକ ନିଯୁକ୍ତି ସୃଷ୍ଟି କରିବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି । ଭୁବନେଶ୍ୱରରେ ଉପଲବ୍ଧ ଆଇଟି ଅନୁକୂଳ ଇକୋସିଷ୍ଟମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଆଇଟି କମ୍ପାନୀ ଏଠାରେ ନିବେଶ କରିବା ପାଇଁ ଆଗ୍ରହୀ । ଓଡ଼ିଶାର ଅନୁକୂଳ ପରିବେଶ, ସରକାରୀ ସହାୟତା ଏବଂ ବିପୁଳ ମେଧା ନିବେଶକଙ୍କୁ ଅଧିକ ଆକୃଷ୍ଟ କରିଛି । ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇଟି ଡେଭେଲପମେଣ୍ଟ ସେଣ୍ଟର ଖୋଲିବା ଦ୍ୱାରା ଆଇଟି କ୍ଷେତ୍ରରେ ଆଉ ଏକ ସ୍ୱତନ୍ତ୍ର ଅଧ୍ୟାୟ ଯୋଗ ହୋଇଛି । ଏହା ରାଜ୍ୟର ସକ୍ରିୟ ଆଇଟି ଇକୋସିଷ୍ଟମର ସୂଚନା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ସଚିବ ମନୋଜ କୁମାର ମିଶ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆମେ ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ଅଭିବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ମଧ୍ୟ ଏକ ଅନୁକୂଳ ପରିବେଶ ଯୋଗାଇବାକୁ ପ୍ରତିବଦ୍ଧ । ଓଡ଼ିଶାର ପରିବର୍ତ୍ତନଶୀଳ କାହାଣୀରେ ଭାଗୀଦାର ହେବାକୁ ନିଷ୍ପତ୍ତି ନେଇଥିବାରୁ ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇଟି ଡେଭେଲପମେଣ୍ଟ ସେଣ୍ଟରକୁ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସଚିବ ଏହା ମଧ୍ୟ
କହିଥିଲେ ଯେ ଏହି କେନ୍ଦ୍ର ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ଆହୁରି ବୃଦ୍ଧି କରିବ ଏବଂ ଓଡ଼ିଶାର ଯୁବକଙ୍କ ପାଇଁ ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇଟି ଡେଭେଲପମେଣ୍ଟ ସେଣ୍ଟରର ନିରବଚ୍ଛିନ୍ନ ଗ୍ରାହକ ଅଭିଜ୍ଞତା, ବ୍ୟବସାୟ ଦକ୍ଷତା ଏବଂ କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ଉଦ୍ୟୋଗଗୁଡ଼ିକୁ ଡିଜିଟାଲ୍‌ ପରିବର୍ତ୍ତନ ସମାଧାନ ବିତରଣ କରିବା ଲାଗି କ୍ଷମତା ବିସ୍ତାର କରିବା ପାଇଁ ଏହି ନୂତନ ଶାଖାକୁ ସକ୍ଷମ କରିବ । କମ୍ପାନୀ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ, ବ୍ଲକ୍‌ ଚେନ୍‌, କ୍ଲାଉଡ୍‌, ଡିଜିଟାଲ୍‌ ପ୍ରକ୍ରିୟା ସ୍ୱୟଂକରଣ, ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗସ, ରୋବୋଟିକ୍ସ/ଡ୍ରୋନ୍‌, ସୁରକ୍ଷା ଏବଂ ଭର୍ଚୁଆଲ୍‌/ଅଗମେଣ୍ଟେଡ୍‌ ରିଆଲିଟି କ୍ଷେତ୍ରରେ ନିଜର ବଳୟକୁ ସମୃଦ୍ଧ କରିବା ପାଇଁ ଲକ୍ଷ୍ୟ ରଖିଛି । ହାପିଏଷ୍ଟ ମାଇଣ୍ଡସ ଟେକ୍ଲୋଲୋଜିର ଅଧ୍ୟକ୍ଷ ଅଶୋକ ସୋଟ୍ଟା ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ ହାପିଏଷ୍ଟ ମାଇଣ୍ଡସର କେନ୍ଦ୍ର ପ୍ରତିଷ୍ଠା କରିବାରେ ସହାୟତା କରିଥିବାରୁ ଧନ୍ୟବାଦ ଜଣାଇବା ସହ ରାଜ୍ୟର ନୂତନ ଆଇଟି ନୀତିକୁ ଉଚ୍ଚ ପ୍ରଶଂସା କରିଛନ୍ତି । ଏଥିସହ ଖୁବଶୀଘ୍ର ଭୁବନେଶ୍ୱରରେ ଏକ ସ୍ଥାୟୀ ଡେଭେଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି । ଏହି କ୍ୟାମ୍ପସ ରାଜ୍ୟର ଯୁବଗୋଷ୍ଠୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ବେଶ ସହାୟକ ହେବ ।

Leave A Reply

Your email address will not be published.