କେନ୍ଦୁପତ୍ର କର୍ମଚାରୀଙ୍କୁ ସହାୟତା ଗରିବଙ୍କ ଖୁସି ମୋ ଖୁସି: ନବୀନ

0 60

ଭୁବନେଶ୍ୱର,୨୭ା୧୧(ଡିକେ ନ୍ୟୁଜ): ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମ·ରୀ । ମଧ୍ୟବର୍ତ୍ତୀକାଳୀନ ସହୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବା ବେଳେ ବନ୍ଧାଳୀ ଓ ସିଜିନାଲ କର୍ମ·ରୀଙ୍କୁ ମିଳିଛି ୧୫୦୦ ଟଙ୍କା । ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩କୋଟି ଟଙ୍କା ଦିଆଗଲା । ଡିବିଟି ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ୟ କେନ୍ଦୁପତ୍ର କର୍ମ·ରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନା ପାଣିର କଥା । ତେଣୁ ତା ଉପରେ ୧୮% ଜିଏସ୍‌ଟିକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବି କରିଥିଲେ । ଆଜି ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର ଦେବଗଡ଼ ଓ ବଲାଙ୍ଗୀର ଆଦି ୧୨ ଜିଲ୍ଲାର ୧୭ ଡିଭିଜନର ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମ·ରୀଙ୍କ କଲ୍ୟାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ । ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରି·ଳନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପଲତା ଭଇଁଶା ଓ ନୂଆପଡ଼ାର ଈଶ୍ୱର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି କେନ୍ଦୁପତ୍ର ତୋଳାଳୀଙ୍କୁ ପ୍ରଥମ ଦଫାରେ ୧୦୦୦ ଟଙ୍କା ଓ ସଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ି ମିଳିବା ନେଇ ଘୋଷଣା କରିଥିଲେ । ଏଥି ସହିତ ତୋଳାଳୀ ଓ କର୍ମ·ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେବେ । ଏଥି ସହିତ କେନ୍ଦୁପତ୍ର ତୋଳାଳୀଙ୍କ ପିଲାମାନଙ୍କୁ ଶିକ୍ଷା ପାଇଁ ବୃତ୍ତି ମିଳିବ । ସମସ୍ତ କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ପରିଚୟପତ୍ର । ସର୍କଲ ଚେକରସ୍‌ ଓ ବାଇଣ୍ଡିଂ ଚେକରସ୍‌ଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ୧୫ ଦିନକୁ ବଢ଼ିବ । ଯାହା ଘୋଷଣା କରିଥିଲେ ତାହା ମାତ୍ର ୪ ଦିନରେ ମୁଖ୍ୟମନ୍ତ୍ରୀ ପୂରଣ କରିବା ସହ ଆଜି ପ୍ରଦାନ କରାଯାଇଛି ।

Leave A Reply

Your email address will not be published.