ପୁରୀରେ ହେବ କୁଲତା ସମାଜର ଧର୍ମଶାଳା ସପ୍ତାହ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0 72

ଭୁବନେଶ୍ୱର, ୨୮ା୧୧(ଡିକେ ନ୍ୟୁଜ): ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଥିଲେ । ପ୍ରଥମେ ସେମାନଙ୍କ କୁଳଦେବତା ପ୍ରଭୁ ନୃସିଂହନାଥଙ୍କ ପୀଠର ଉନ୍ନତି ନିମନ୍ତେ ୫-ଟି ଉପକ୍ରମରେ ମୁଖ୍ୟମନ୍ତ୍ରୀ ନେଇଥିବା ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ଆଲୋଚନା ସମୟରେ ସେମାନେ ପୁରୀଧାମରେ ଏକ ଧର୍ମଶାଳା ନିର୍ମାଣ ନିମନ୍ତେ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । କୁଲତା ସମାଜ ବହୁଳ ଗ୍ରାମଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରି·ଳନା, ଜଗନ୍ନାଥ ସଂସ୍କୃତିର ପ୍ର·ର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ । କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି । ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ନିମନ୍ତେ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଥିଲେ । ଏହାଦ୍ୱାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ କରିପାରିବେ । ସେମାନଙ୍କର ଅନୁରୋଧକୁ ଗ୍ରହଣ କରି ପୁରୀରେ ଉପଯୁକ୍ତ ସ୍ଥାନରେ ଏକ ସପ୍ତାହ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ସରକାରଙ୍କ ତରଫରୁ ଧର୍ମଶାଳା ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏକବର୍ଷ ମଧ୍ୟରେ ଏହି ଧର୍ମଶାଳା ଯେପରି ସଂପୂର୍ଣ୍ଣ ହୋଇପାରିବ ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସହାନୁଭୂତିଶୀଳ ମନୋଭାବ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ଏହି ପ୍ରତିନିଧି ଦଳରେ ବୌଦ୍ଧ, ସୋନପୁର, ସମ୍ବଲପୁର ଓ ବ୍ରଜରାଜନଗର ଅଞ୍ଚଳର କୁଲତା ସମାଜର ବନ୍ଧୁମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।

Leave A Reply

Your email address will not be published.