“ମୁଁ କାହିଁକି ଗଲି ପଦ୍ମପୁର’ ମହିଳାଙ୍କୁ ଅସମ୍ମାନ ଅତି ନିନ୍ଦନୀୟ

0 52

ଭୁବନେଶ୍ୱର, ୮ା୧୨(ଡିକେ ନ୍ୟୁଜ): ପଦ୍ମପୁରରେ ବିଜେଡିର ବଡ ବିଜୟ ହୋଇଛି । ପଦ୍ମପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି । ଏହି ବିଜୟ ଆଉ କାହାର ବିଜୟ ନୁହେଁ ଏହା ପଦ୍ମପୁରବାସୀଙ୍କ ବିଜୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ଆପଣମାନେ ବହୁତ ନିଷ୍ଠାର ସହ କାମ କରିଛନ୍ତି । ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି । କିଛି ଲୋକ ମୋତେ ପ·ରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍ସନରେ ବି ଯାଇ ନ ଥିଲେ, ଏ ପଦ୍ମପୁର ଇଲେକ୍ସନରେ କାହିଁକି ଗଲେ ? ମୁଁ କହିବାକୁ ·ହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା । ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା । ରାଜନୀତିରେ ହାରିବା ଓ ଜିତିବା, ଇଲେକ୍ସନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା ଅତି ନିନ୍ଦନୀୟ । ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି -ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍ଗରେ ଠିଆ ହେବି । ମୁଁ ବିରୋଧୀ ଦଳକୁ ରାଜ୍ୟର ବିଜେପି ନେତୃମଣ୍ଡଳୀଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ·ହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ ସଦାବେଳେ ଆଉ ଗୋଟେ ଗୁରୁତ୍ୱପର୍ଣ୍ଣ କଥା ହେଲା କେନ୍ଦ୍ର ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମ୍‌ଏସ୍‌ପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା । ଆଜି ମୁଁ ପଦ୍ମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ·ହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ । ଆଉ ଥରେ ସମସ୍ତଙ୍କୁ ଜୁହାର । ମୁଁ ବହୁତ ଶୀଘ୍ର ପଦ୍ମପୁରକୁ ଆସିବି । ଆପଣମାନଙ୍କର ଆଶୀର୍ବାଦ ନେବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.