ଜାଡରେ ଥରୁଛି ଓଡ଼ିଶା: ୭ ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ

0 62

ଭୁବନେଶ୍ୱର, ୯ା୧୨(ଡିକେ ନ୍ୟୁଜ): ଗତ କିଛି ଦିନ ହେବ ନିର୍ମଳ ଆକାଶ ଓ ଖରାଟିଆ ପାଗ ରାଜ୍ୟରେ ଶୀତ ପାଇଁ ଅନୁକୂଳ ବାତାବରଣ ତିଆରି କରିଛି । ଓଡ଼ିଶାକୁ ଉତ୍ତର ଦିଗରୁ କ୍ରମାଗତ ଭାବେ ପ୍ରବେଶ କରୁଥିବା ଶୁଷ୍କ ଓ ଥଣ୍ଡା ବାୟୁ ପ୍ରଭାବରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବା ଆରମ୍ଭ ହୋଇଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ରାଜ୍ୟର ୭ଟି ସ୍ଥାନର ପାରଦ ୧୦ ଡିଗ୍ରି ତଳକୁ ଖସି ଆସିଛି । କିଛିଦିନର ବ୍ୟବଧାନ ପରେ କନ୍ଧମାଳକୁ ପୁଣି ଶୀତ ଫେରିଛି । ସମଗ୍ର କନ୍ଧମାଳ
ଏବେ ଜାଡ଼ରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି । ତା’ ସାଙ୍ଗକୁ ସକାଳ ୯ଟା ଯାଏଁ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି । ଶୁକ୍ରବାର ଫୁଲବାଣୀରେ ୬.୬ ଡିଗ୍ରୀ ଥିବାବେଳେ ଓ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିରେ ତାପମାତ୍ରା ୮.୫ ଡିଗ୍ରୀକୁ ଖସିଆସିଛି । ଗତକାଲି ଫୁଲବାଣିରେ ୯ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ସେଲସିୟସ ଥିଲା । ଏବେ ଘନ କୁହୁଡିର ·ଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁନାହାନ୍ତି ଲୋକେ । ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇଦିନ ହେଲା ଥଣ୍ଡା ମାଡି ଆସୁଛି । ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ ଦୋକାନ ବଜାର ବି ଖାଁ ଖାଁ ଲାଗୁଛି । କି ବୁଢା କି ପିଲା ସଭିଏ ଏବେ ନିଆଁ ଜାଳି, ନିଆଁ ପାଖରେ ଦିନରାତି ବସି ରହୁଛନ୍ତି । ଦିନ ମଜୁରିଆମାନେ ଥଣ୍ଡା ଯୋଗୁଁ କାମକୁ ଯାଇପାରୁନାହାନ୍ତି । ଆଗକୁ ଆହୁରି ତାପମାତ୍ରା ଖସିବାର ସମ୍ଭାବନା ରହିଛି । ଥଣ୍ଡା ବଢିବା ଫଳରେ ଏବେ ଗରମ ପୋଷାକର ମଧ୍ୟ ·ହିଦା ବଢିବାରେ ଲାଗିଛି । ସେହିପରି ଜ଼ିଲ୍ଲାର ବାଲିଗୁଡାରେ ବି ଥଣ୍ଡାର ପ୍ରକୋପ ବଢ଼ିବାରେ ଲାଗିଛି । ଥଣ୍ଡା ସାଙ୍ଗକୁ ଘନ କୁହୁଡି ଅସ୍ତବ୍ୟସ୍ତ କରିପକାଇଛି ଜନ ଜୀବନ । ସେହିପରି ଜିଲ୍ଲାର ବେଲଘର, ତୁମୁଡିବନ୍ଧ, ରାଇକିଆ, ମଣ୍ଡାସୁର, ଜିଉଦୟଗିରି, ରାଇକିଆ, ଆଦି ଅଞ୍ଚଳରେ ମଧ୍ୟ ତାପମାତ୍ରା ୫ ଡିଗ୍ରୀ ତଳକୁ ଖସି ଆସିଥିବାରୁ ଏସବୁ ସ୍ଥାନରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ତେବେ ମାଣ୍ଡୋସ୍‌ ବାତ୍ୟାର ଓଡ଼ିଶା ଉପରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିବ ନାହିଁ । କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.