ଆଗକୁ ହକି ବିଶ୍ୱକପ୍‌ ବିର୍ସାମୁଣ୍ଡା ଷ୍ଟାଡିୟମ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟ ସଚିବ ଓ ୫-ଟି ସଚିବ

0 65

ରାଉରକେଲା, ୧୯ା୧୨(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍‌ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରି·ଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରାଉରକେଲା ଆସିଥିଲେ । ଏହି ଟିମ୍‌ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଥିଲେ । ଉଭୟ ମୁଖ୍ୟ ଓ ଅଭ୍ୟାସ ପଡିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଷ୍ଟାଡିଅମର ଦୁଇଟି ଯାକ ପିଚ୍‌ ଓ ହାଇମାସ୍କ ଲାଇଟ ଯାଞ୍ଚ ପରେ ଖେଳ ପାଇଁ ଲାଇସେନ୍ସ ମିଳିଛି । ପୁରୁଷ ହକି ବିଶ୍ୱକପର ୨୦ଟି ମ୍ୟାଚ ରାଉଲକେଲାରେ ଖେଳାଯିବ । ପ୍ରଥମ ମ୍ୟାଚ ଆସନ୍ତା ଜାନୁୟାରୀ ୧୩ ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ । ଏହାପୂର୍ବରୁ ଆସନ୍ତା ୨୪ ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ । ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟିଥିବା ନେଇ ଜଣାପଡେ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ । ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟ ଶେଷ ହୋଇଛି ଏବଂ ଖୁବ୍‌ଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବା ନେଇ ଶ୍ରୀ ମହାପାତ୍ର ଆଶାବ୍ୟକ୍ତ କରିଛନ୍ତି । ଉଡାଣ ଯୋଜନାରେ ଖେଳାଳି ମାନଙ୍କ ପାଇଁ ୪ଟି ବିମାନ ଉଡାଣ ସୁବିଧା ମିଳିବ । ଗୋଟିଏ ବର୍ଷ ମଧ୍ୟରେ ଏଭଳି ଏକ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି । ଏଥିନିମନ୍ତେ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ପ୍ରଦାନ କରିଥିବାରୁ ସୁନ୍ଦରଗଡ ଓ ରାଉଲକେଲା ବାସୀଙ୍କୁ ମୁଖ୍ୟଶାସନ ସଚିବ ଓ ୫-ଟି ସଚିବ ଧନ୍ୟବାଦ ଦେଇଛନ୍ତି । ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି । ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ । ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ·ରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି । ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌ·ଳୟ ଆଦି ସୁବିଧା କରାଯାଉଛି । ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି । ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ୨୦୨୩ ପୁରୁଷ
ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ । ଏହି ବିଶ୍ୱକପ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି । ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି । ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ ।

Leave A Reply

Your email address will not be published.