‘ଭାଷା ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ’

0 69

ଭୁବନେଶ୍ୱର, ୨୩ା୧୨(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ “ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି । ଓଡିଆ ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥାଙ୍କ ଦ୍ୱାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବଠାରୁ ଆରମ୍ଭକରି ସଂଶୋଧିତ ଦଣ୍ଡବିଧାନ ପର୍ଯ୍ୟନ୍ତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକ, ଅଧିନିୟମ, ବିଜ୍ଞପ୍ତି, ନଥି ଓ ଚିଠିପତ୍ର ସ୍ଥାନିତ ହୋଇଛି । ପୁସ୍ତକଟିରେ ସମୁଦାୟ ୨୦ଟି ବିଷୟ ସ୍ଥାନିତ ହୋଇଛି । ଭିଡିଓ କନଫରେନ୍ସିଂ ଜରିଆରେ ପୁସ୍ତକଟିକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ ଓ ସବୁଠାରୁ ବଡ ପରିଚୟ । ଓଡିଆ ଭାଷା ବହୁ ପୁରୁଣା ଭାଷା ଏବଂ ଓଡିଆ ଭାଷାକୁ ନେଇ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଓଡିଶା ଗଠିତ ହୋଇଥିଲା । ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ୨୦୩୬ରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପାଳନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷାର ସୁରକ୍ଷା ଓ ପ୍ର·ର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ଏବଂ ଆଗକୁ ମଧ୍ୟ ନିଆଯିବ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରି·ଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ପ୍ରକାଶକ ସରୋଜ ବଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର.ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପି.କେ. ଜେନା ଉପସ୍ଥିତ ଥିଲେ । ବିଶିଷ୍ଟ ଭାଷାବିତ୍‌ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡଃ ଭଗବାନ ପ୍ରକାଶ, ପ୍ରମେୟର ସଂପାଦକ ଗୋପାଳ ମହାପାତ୍ର, ପ୍ରଗତୀବାଦୀର ସଂପାଦକ ବିରୁପାକ୍ଷ ତ୍ରିପାଠୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Leave A Reply

Your email address will not be published.