ଆଜି କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

0 79

ଭୁବନେଶ୍ୱର, ୨୬ା୧୨(ଡିକେ ନ୍ୟୁଜ): ବିଭିନ୍ନ ଦେଶରେ କରୋନା ବିସ୍ଫୋରଣ ଦେଖିବାକୁ ମିଳିଛି । ରାଜ୍ୟରେ ସମ୍ଭାବ୍ୟ କୋଭିଡ ମୁକାବିଲା ନେଇ ପାଇଁ ପୁଣି ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଆସନ୍ତାକାଲି ଅପରାହ୍ନ ୪ଟା ୩୦ରେ କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ସ୍ୱାସ୍ଥ୍ୟମନ୍ତ୍ରୀ, ସଚିବଙ୍କ ସହ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ରହିବେ । ଏହାସହ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡ଼ିକାଲ୍‌ କଲେଜ କର୍ତ୍ତୃପକ୍ଷ ଉପସ୍ଥିତ ରହିବେ । ଆଗାମୀ ଦିନ ପାଇଁ କୋଭିଡ ମୁକାବିଲା ରଣନୀତି ପ୍ରସ୍ତୁତ କରିବେ ମୁଖ୍ୟମନ୍ତ୍ରୀ । ଅନ୍ୟପକ୍ଷରେ ଲୋକଙ୍କୁ ମାସ୍କ ପିନ୍ଧିବା, କରୋନା ଟିକା ନେବାକୁ ଅପିଲ କରାଯାଇଛି । ଟେଷ୍ଟିଂ ବଢାଇବାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । କରୋନାକୁ ପୁଣି ଥରେ ହରାଇବା ପାଇଁ ସବୁ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।

Leave A Reply

Your email address will not be published.