ହକି ବିଶ୍ୱକପ୍‌ ପାଇଁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

0 78

ନୂଆଦିଲ୍ଲୀ, ୨୮ା୧୨: ହକି ବିଶ୍ୱକପ ପାଇଁ ସାରା ଭାରତକୁ ନିମନ୍ତ୍ରଣ କରୁଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ଓଡ଼ିଶାର ମନ୍ତ୍ରୀମାନେ । ଏହି କ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟି ନିମନ୍ତ୍ରଣ ଦେଇଛନ୍ତି । ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଆଦିତ୍ୟନାଥ । ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ବିହାର ରାଜଧାନୀ ପାଟନା ଯାଇ ନୀତିଶଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ବିହାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ସଞ୍ଜୟ କୁମାର ସିଂ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ସୂଚନା ଥାଉ କି, ଓଡ଼ିଶାର ଦୁଇଟି ସ୍ଥାନ ବିର୍ସା ମୁଣ୍ଡା ଷ୍ଟାଡିୟମ, ରାଉରକେଲା ଓ କଳିଙ୍ଗ ଷ୍ଟାଡିୟମ ଭୁବନେଶ୍ୱରରେ ଜାନୁଆରୀ ୧୩ ତାରିଖରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି । ସେହିପରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଷ୍ଟାଲିନଙ୍କୁ ଦେଇଛନ୍ତି ନିମନ୍ତ୍ରଣ ପତ୍ର । ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକଚକ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ପୁଅ ତଥା ତାମିଲନାଡୁର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଧୟନିଧି ଷ୍ଟାଲିନ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଷ୍ଟାଲିନ୍‌ । ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନମୋହନ ରେ‡ୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଭିନ୍ନକ୍ଷମ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଦିଲ୍ଲୀ ଯାଇ ଜଗନମୋହନଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଅଧଘଣ୍ଟାର ସାକ୍ଷାତ ବେଳେ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ୱାଇଏସଆରସିପିର ରାଜ୍ୟସଭା ସାଂସଦ ବିଜୟ ସାଇ ରେଡୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନମୋହନ ।

Leave A Reply

Your email address will not be published.