ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

0 63

ଭୁବନେଶ୍ୱର,୩୧ା୧୨(ଡିକେ ନ୍ୟୁଜ): ସରକାରୀ ମେଡିକାଲ କଲେଜରେ ଖୁବଶୀଘ୍ର ଆରମ୍ଭ ହେବ ଟିଚିଂ ହସ୍ପିଟାଲ । ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜରେ ଆରମ୍ଭ ହେବ ଏହି ଟିଚିଂ ହସ୍ପିଟାଲ । ୯ଟି ସରକାରୀ ହସ୍ପିଟାଲର କାମ ସାରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଛି । କାମ ସରିବାର ମାସକ ମଧ୍ୟରେ ହସ୍ପିଟାଲ କାର୍ଯ୍ୟକ୍ଷମ କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି । ଏନେଇ ସବୁ ସରକାରୀ ମେଡିକାଲ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ସଚିବ ସାଳିନୀ ପଣ୍ଡିତ । ହସ୍ପିଟାଲ କାର୍ଯ୍ୟକ୍ଷମ ପାଇଁ ଆବଶ୍ୟକୀୟ ସରଞ୍ଜାମ ତାଲିକା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜାନୁଆରୀ ୨୦୨୩ ସୁଦ୍ଧା କେନ୍ଦୁଝର ଟିଚିଂ ହସ୍ପିଟାଲ କାମ ଶେଷ ହେବ । ଜୁନ୍‌ ୨୦୨୩ ସୁଦ୍ଧା ବାଲେଶ୍ୱର, ବାରିପଦା, ବଲାଙ୍ଗିର ହସ୍ପିଟାଲ କାମ ମଧ୍ୟ ସରିବ । ଜୁଲାଇ ସୁଦ୍ଧା ଯାଜପୁର ଓ ପୁରୀ ଟିଚିଂ ହସ୍ପିଟାଲ, ଅଗଷ୍ଟ ୨୦୨୩ ସୁଦ୍ଧା ସରିବ କୋରାପୁଟ, ଫୁଲବାଣୀ ହସ୍ପିଟାଲ କାମ, ୨୦୨୩ ଶେଷ ସୁଦ୍ଧା ଭବାନୀପାଟଣା ଟିଚିଂ ହସ୍ପିଟାଲ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.