ମିଶନ ଶକ୍ତି ସ୍ଲୋଗାନ୍‌ ନୁହେଁ ଏକ ଜୀବନଧାରା

0 54

ଭୁବନେଶ୍ୱର, ୯ା୧(ଡିକେ ନ୍ୟୁଜ): ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମା’ମାନଙ୍କ ହୁଳହୁଳି ଓ କରତାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ କନଭେନସନ୍‌ ସେଣ୍ଟରରେ ଉପସ୍ଥିତ ମା’ ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍‌ରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା’ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା’ମାନେ ଆଜି ଘରର ·ରି କାନ୍ଥରୁ ବାହାରି ବ୍ୟବସାୟଠାରୁ ଆରମ୍ଭ କରି ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା’ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା’ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା’ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା’ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଗ୍ରୁପଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍‌ ଫେଡେରେସନ୍‌କୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ମା’ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ·ହେଁ । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ । ମିଶନ ଶକ୍ତ ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି
ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥ ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ।

Leave A Reply

Your email address will not be published.