୧୦ରେ ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

0 84

ଭୁବନେଶ୍ୱର ୧ା୨(ଡିକେ ନ୍ୟୁଜ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ । ଏହି ଗସ୍ତ ସମୟରେ ସେ ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏନେଇ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅପରାହ୍ଣ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ । ମିଳିଥିବା ସୂଚନା ଅନୁସାରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ôଚବେ । ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଦ୍ୱିତୀୟ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ôଚବେ ।ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ତାରିଖ ସକାଳ ୯ଟା ୧୫ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ ।

Leave A Reply

Your email address will not be published.