୧୦ରେ ଓଡ଼ିଶା ଆସିବେ ମହାମହିମ

0 95

ଭୁବନେଶ୍ୱର, ୬ା୨(ଡିକେ ନ୍ୟୁଜ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲିସ ଡିଜି, ପୋଲିସ କମିଶନର, ଗୁଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ଏଡିଜି ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲୁ ବୁକ ଅନୁଯାୟୀ ହୋଇଛି ସୁରକ୍ଷା ବ୍ୟବସ୍ଥା । ଭୁବନେଶ୍ୱର ଏୟାରପୋର୍ଟରୁ ଆରମ୍ଭ କରି ଉକ୍ରଳ ମଣ୍ଡପ ଓ ରମାଦେବୀ ବିଶ୍ୱବିଦ୍ୟାଳୟ କଡ଼ା ସୁରକ୍ଷା ବଳୟରେ ରହିବ । ସୁରକ୍ଷା ନେଇ ଆଲୋଚନା ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୪ଟାରୁ ୫ଟା ପର୍ଯ୍ୟନ୍ତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବ ଅବସରରେ ରାଷ୍ଟ୍ରପତି ଦୁଇଜଣ ଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରିବେ । ୧୧ ତାରିଖରେ ରାଷ୍ଟ୍ରପତି ଶ୍ରୀଲିଙ୍ଗରାଜ ମନ୍ଦିରକୁ ଯାଇ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ୍‌ ରାଇସ୍‌ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ ।

Leave A Reply

Your email address will not be published.