ନବକଳେବର କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ, ପୁଣି ହସିବ ଉତ୍କଳମଣିଙ୍କ ଜନ୍ମପୀଠ

0 90

ଭୁବନେଶ୍ୱର, ୧୦ା୨(ଡିକେ ନ୍ୟୁଜ): ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୫-ଟି ସଚିବ ଆଜି ଏହି ପୁନଃବିକାଶ କାର୍ଯ୍ୟର ତଦାରଖ କରିଥିଲେ । ଏହାପରେ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉକ୍ରଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା । ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି । ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଭି.କେ ପାଣ୍ଡିଆନ ଯୋଗଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ । ଏହାପରେ ଭି.କେ ପାଣ୍ଡିଆନ ଉକ୍ରଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ । ତେବେ ସେବା ଓ ସଂଗ୍ରାମର ପ୍ରତୀକ ଉକ୍ରଳମଣି ଓଡିଆ ଜନମାନସର ଅଦ୍ୱିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି । ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି ।

Leave A Reply

Your email address will not be published.