ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ ପାଇକମାଳ ପିଏଚ୍‌ସି ହେଲା ସିଏଚ୍‌ସ

0 89

ଭୁବନେଶ୍ୱର, ୧୧ା୨(ଡିକେ ନ୍ୟୁଜ): କଥା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର । ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି । ପାଇକମାଳ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ପୂରଣ ହୋଇଛି । ଗତ ଉପନିର୍ବାଚନ ସମୟରେ ସ୍ଥାନୀୟ ବାସିନ୍ଦା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ଦାବି କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏବେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ ହେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ପଦକ୍ଷେପ ନେଇ ପାଇକମାଳ ଅଞ୍ଚଳବାସୀ ବେଶ ଉତ୍ସାହିତ ରହିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ବିଜେଡି ବରିଷ୍ଠ ନେତା ପ୍ରସନ୍ନ ଆ·ର୍ଯ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେପଟେ ବିକାଶର ଫର୍ଦ୍ଦରେ ଯୋଡି ହେଉଛି ପଦ୍ମପୁରରେ । ଆସନ୍ତା ୧୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି । ପଦ୍ମପୁର ଅଞ୍ଚଳର ଆହୁରି ବିକାଶ ପାଇଁ ଏହି ଗସ୍ତବେଳେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.