ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୩ଲକ୍ଷ ସହାୟତା

0 83

ଭୁବନେଶ୍ୱର, ୧୫ା୨(ଡିକେ ନ୍ୟୁଜ): ଗତକାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନିଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଏଥିସହ ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୩ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନିଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଘଟଣାରେ ଆହତଙ୍କୁ  ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.