ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କୃଷିରେ ବ୍ୟବହାର କରନ୍ତୁ ନୂଆ ଟେକ୍ନୋଲୋଜି

0 90

ଭୁବନେଶ୍ୱର, ୧୬ା୨(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ “କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ ବିବିଧତା ଉପରେ ଗୁରୁତ୍ୱାରୋପ କରି ଚାଷୀମାନଙ୍କୁ ନୂଆ ନୂଆ ଟେକ୍ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ କୃଷି ଓଡିଶା-୨୦୨୩ ଆଜିଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟେକ୍ନୋଲୋଜି ହେଉଛି ବିକାଶର ଆଧାର । କୃଷି କ୍ଷେତ୍ରରେ ମଧ୍ୟ ଟେକ୍ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ ।ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି । ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟରୁ ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା
ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ । କାଳିଆ ଯୋଜନା ଦ୍ୱାରା ଚାଷୀମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଫାର୍ମ ମେକାନାଇଜେସନ ଉପରେ ଗୁରୁତ୍ୱ ଦିଆଯାଇ ଫସଲ ଉତ୍ପାଦକତା ବଢାଇବା ପାଇଁ ଉଦ୍ୟମ ଜାରି ରହିଛି । ପଣସ ମିଶନ, ଛତୁ ମିଶନ ଆଦି ସ୍ୱତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି । ଆମର ମିଲେଟ ମିଶନ ଆଜି ସାରା ଦେଶ ଓ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ମତଦେଇ ସେ କହିଥିଲେ ଯେ ଏହା ଆମର ମିଶନ ଶକ୍ତି ମା’ମାନଙ୍କର ରୋଜଗାର ବଢାଇବାରେ ମଧ୍ୟ ସହାୟକ ହୋଇପାରିଛି । “କୃଷି ଓଡିଶା’ରେ ଉପସ୍ଥିତ ଥିବା ଡବ୍ଲୁଏଫ୍‌ପି, ଆଇଏଫ୍‌ଏଡି ଏବଂ ଏଫ୍‌ଏଓ ପରି ସଂସ୍ଥାର ପ୍ରତିନିଧିମାନଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ କୃଷି ଓଡ଼ିଶା ସମ୍ମିଳନୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ଖାଦ୍ୟ ନିଅଣ୍ଟରୁ ଖାଦ୍ୟ ବଳକା ରାଜ୍ୟ ଓଡ଼ିଶା ଚାଷୀଭାଇଙ୍କ ରୋଜଗାର ବୃଦ୍ଧି ଉପରେ ଗୁରୁତ୍ୱ ‘କାଳିଆ’ ଦେଇଛି ରୋଜଗାରର ସୁରକ୍ଷା ୩୦ ଜିଲ୍ଲାରେ ସମ୍ପ୍ରସାରିତ ହେବ ମିଲେଟ୍‌ ମିଶନ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିଜର
ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଂଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନରେ ସ୍ୱାବଲମ୍ବୀ ହୋଇପାରିବା ସହିତ ଚାଷୀମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ । ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ଅତିରିକ୍‌ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.