୫-ଟିରେ ବରପୁତ୍ରଙ୍କ ଜନ୍ମପୀଠର ବିକାଶ, ଉକ୍ରଳମଣିଙ୍କ ନିକଟରେ ଓଡ଼ିଆ ଜାତି ଋଣୀ

0 81

ସୁଆଣ୍ଡୋ/ସାକ୍ଷୀଗୋପାଳ/ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେଉକ୍ରଳମଣିଙ୍କ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି । ଉକ୍ରଳମଣିଙ୍କ ଷଠିଘର ବୁଲି ଦେଖିବା ସହ ସଂଗ୍ରହାଳୟର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉକ୍ରଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍‌ଘାଟନ କରିଛନ୍ତି । ଏହାସହିତ ଜନ୍ମପୀଠକୁ ରାସ୍ତା, ପରିକ୍ରମା ରାସ୍ତା ଓ ଏକ ସୂଚନା କେନ୍ଦ୍ର ମଧ୍ୟ କରାଯାଇଛି । ଆୟୋଜିତ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇଛନ୍ତି । ତ୍ୟାଗ, ଦେଶଭକ୍ତି, ସେବାକୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । ଜୟ ଜଗନ୍ନାଥରୁ ନିଜର ଅଭିଭାଷଣ ଆରମ୍ଭ କରି ଉକ୍ରଳମଣିଙ୍କ ଜନ୍ମମାଟି ଏ ପବିତ୍ର ଭୂମି ସୁଆଣ୍ଡୋକୁ ପ୍ରଣାମ କରିଛନ୍ତି । ଉକ୍ରଳମଣିଙ୍କ ଜନ୍ମମାଟିକୁ ଆସି ନିଜକୁ ଧନ୍ୟ ମନେ କରୁଛି । ସମସ୍ତଙ୍କ ସହଯୋଗରେ ଏ ମାଟିରେ ବିକାଶ କାର୍ଯ୍ୟ ହୋଇଛି । ଗୋପବନ୍ଧୁଙ୍କ ସ୍ମୃତି ·ରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ରଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ । ସ୍ୱାଧୀନତା ସଂଗ୍ରାମରୁ ଆରମ୍ଭ କରି ଓଡିଶାର ଶିକ୍ଷା, ସାହିତ୍ୟ, ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ନୂଆ କାର୍ତ୍ତୀ ସ୍ଥାପନ କରିଯାଇଛନ୍ତି । ଓଡିଶାରେ ଜାତୀୟବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର । ଭୋଗ ନୁହେଁ, ତ୍ୟାଗ ହିଁ ମହାନ, ସେବା ହିଁ ଶ୍ରେଷ୍ଠ – ଏହା ହିଁ ହେଉଛି
ଗୋପବନ୍ଧୁଙ୍କ ଜୀବନର ବର୍ତ୍ତା । ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ଓ ରହିଥିବେ । ଗୋପବନ୍ଧୁଙ୍କ “ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଉକ୍ରଳ ସମାଜର ମଣି ଥିଲେ ଉକ୍ରଳମଣି । ଭୋଗ ନୁହେଁ ତ୍ୟାଗ ହିଁ ଥିଲା ଉକ୍ରଳମଣିଙ୍କ ଆଦର୍ଶ । ସେ ଆମ ପାଇଁ ସର୍ବଦା ପ୍ରେରଣା ହୋଇ ରହିବେ । ଗୋପବନ୍ଧୁଙ୍କ ସ୍ମୃତି ସାଇତି ରଖିବାକୁ ଯେତେ ଯାହା କଲେ ମଧ୍ୟ କମ୍‌ ହେବ । ସେ ଥିଲେ ଯୁଗପୁରୁଷ, ଓଡିଆ ଜାତି ତାଙ୍କ ନିକଟରେ ଚିର ଋଣୀ । ଗୋପବନ୍ଧୁଙ୍କ ମାନବିକତା ଓ ସେବାର ତୁଳନା ନାହିଁ । ଗୋପବନ୍ଧୁଙ୍କ ଜନ୍ମମାଟିର ବିକାଶରେ ମୁଖ୍ୟମନ୍ତ୍ରୀ ଉକ୍ରଳମଣିଙ୍କ ପରିବାର ଓ ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ । ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗଦେଇ ଗୋପବନ୍ଧୁଙ୍କ ନାତି ଧିରେନ୍ଦ୍ର କୁମାର ଦାସ ଉକ୍ରଳମଣୀଙ୍କ ଜନ୍ମପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏହାଦ୍ୱାରା ରାଜ୍ୟରେ ମହାପୁରୁଷମାନଙ୍କ ମାର୍ଗରେ ·ଲିବାକୁ ଜନସାଧାରଣ ପ୍ରେରିତ ହେବେ ବୋଲି ସେ କହିଥିଲେ । ଓଡିଶାର ବରପୁତ୍ରମାନଙ୍କ ଜନ୍ମପୀଠର ବିକାଶ ପାଇଁ ନିଷ୍ପତ୍ତି ହୋଇଛି । ଫାଇଭ୍‌-ଟିରେ ରାଜ୍ୟର ଅନ୍ୟ ବରପୁତ୍ରଙ୍କ ଜନ୍ମସ୍ଥାନର ବିକାଶ କରାଯିବ । ୫-ଟି ଉପକ୍ରମରେ ଓଡିଶାର ବରପୁତ୍ରମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉକ୍ରଳ ଗୌରବ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ ଏବଂ ଆହୁରି ଅନେକ ମହାପୁରୁଷଙ୍କ ତ୍ୟାଗ ଓ ସାଧନା ଓଡିଶାର ଗୌରବ ବଢାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ଅଭିଭାଷଣ ରଖି ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସହିତ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବିଭିନ୍ନ କ୍ଷେତ୍ରରେ ଓଡିଶାର ରୂପାନ୍ତର ଉପରେ ଆଲୋକପାତ କରିଥିଲେ । ଏହାସହିତ ସାଂସଦ ପିନାକୀ ମିଶ୍ର, ବିଧାୟକ ଉମାକାନ୍ତ ସାମନ୍ତରାୟ, ସମାଜ ଖବରକାଗଜ ପକ୍ଷରୁ ନିରଞ୍ଜନ ରଥ ମଧ୍ୟ ନିଜ ନିଜର ବକ୍ତବ୍ୟ ରଖିଥିଲେ । ବୈଠକରେ ଉକ୍ରଳମଣିଙ୍କ ସଂପର୍କରେ ଏକ ବୃତ୍ତଚିତ୍ର ପ୍ରଦାର୍ଶି ହୋଇଥିଲା । ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ୭ ଜଣ ନାତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ୫-ଟି ଉପକ୍ରମରେ ଉକ୍ରଳମଣିଙ୍କ ଜନ୍ମସ୍ଥାନର ରୂପାନ୍ତରରେ ପୁରୀର
ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପୂର୍ବତନ ଜିଲ୍ଲାପାଳ ବଲବନ୍ତ ସିଂହଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.