ନେଉଳପୁରଠାରେ ଘଟିଥିବା ସଡ଼କ ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0 86

ଭୁବନେଶ୍ୱର: ଯାଜପୁର ଜିଲ୍ଲା ନେଉଳପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୂର୍ବରୁ ଦୁର୍ଘଟଣାଗସ୍ତ ହୋଇଥିବା ଟ୍ରକକୁ ଧକ୍କା ଦେଲା ଆଇଚର୍ । ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ମୃତକ ମାନେ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଏହା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରକାଶଥାଉକି, 16 ନମ୍ବର ଜାତୀୟ ରାଜପଥ ନେଉଳପୁରଠାରେ ଗତକାଲି ଦୁଇଟି ଟ୍ରକ ଧକ୍କା ହୋଇ ଜଳି ଯାଇଥିଲା । ଜଳିଯିବା ପରେ ଟ୍ରକଟି ରାସ୍ତା ଉପରେ ପଡ଼ି ରହିଥିଲା । ଆଜି ଭୋରରୁ ପଶ୍ଚିମବଙ୍ଗରୁ ଆସୁଥିବା ଏକ କୁକୁଡ଼ା ବୋଝେଇ ଆଇଚର ସେହି ଟ୍ରକକୁ ଧକ୍କା ଦେଇଥିଲା । କୁହୁଡ଼ି କାରଣରୁ ରାସ୍ତା ଦେଖାନଯିବାରୁ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ଆଇଚରରେ ମୋଟ ୭ଜଣ ଥିବାବେଳେ ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିଲା । କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.