ମହିଳା ସଶକ୍ତିକରଣ ଆଉ ସ୍ଲୋଗାନ୍‌ ନୁହେଁ ବାସ୍ତବତା

0 131

ଭୁବନେଶ୍ୱର : ଆଜି ଲୋକସେବା ଭବନସ୍ଥିତ କନଭେନ୍‌ସନ୍‌ ସେଣ୍ଟରଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ସାଧାରଣ ଜୀବନରେ ଯେଉଁ କୋଟି କୋଟି ମା’ ସଂଗ୍ରାମ ଜାରି ରଖିଛନ୍ତି ଏବଂ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିର ଦିନଟିକୁ ସମର୍ପିତ କରିଛନ୍ତି । କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତିକରଣ ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତା ।

ଓଡିଶାର ମା’ମାନେ ଆଜି ରୂପାନ୍ତରର ସାରଥୀ ହୋଇଛନ୍ତି । ୭୦ ଲକ୍ଷ ମା’ମାନଙ୍କ ବିଶାଳ ସଂଗଠନ ଆଜି ଏସ୍‌ଏଚ୍‌ଜିରୁ ଏସଏମ୍‌ଇ ହେବାକୁ ଯାଉଛି । ମା’ମାନେ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା’ମାନେ କାହା ଠାରୁ କମ୍‌ ନୁହଁନ୍ତ । ମା’ମାନେ ନିଜ ନିଜର ପ୍ରତିଭା ଓ ଦକ୍ଷତା ଦ୍ୱାରା ସମାଜରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି । ସେମାନେ ପ୍ରମାଣିତ
କରିପାରିଛନ୍ତି ଝିଅ ଆଜି ପରିବାର ପାଇଁ ବୋଝ ନୁହେଁ, ବରଂ ପରିବାରର ମଣି ହେଉଛି କନ୍ୟା ରତ୍ନ ।

ସୂଚାନୁସାରେ ଚଳିତ ବର୍ଷ ଆନ୍ତର୍ଜାତିକ ମହିଳା ଦିବସ ପାଇଁ ବିଷୟ ବସ୍ତୁ ରହିଛି “ନବ ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ୱାରା ଲିଙ୍ଗଗତ ସମାନତା ହାସଲ’ । ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଚ୍ଛନ୍ତି ପ୍ରଯୁକ୍ତି ବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେସନ ଓ ଟେକ୍ନୋଲୋଜିର ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ନାରୀମାନଙ୍କ ଅଧିକାରର ସୁରକ୍ଷା କରାଯାଇପାରୁଛି । ମହିଳା ମାନଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି ।

 

Leave A Reply

Your email address will not be published.