୧୨ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କୁ ପୁନଃନିଯୁକ୍ତି

0 80

ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା ମିଳିଛି । ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତିକୁ କ୍ୟାବିନେଟ ମଞ୍ଜୁରି ଦେଇଥିବା ଜଣାପଡ଼ିଛି ।

ସେହିଭଳି ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ । ସେହିଭଳି ନୟାଗଡ଼ରେ ବଲାଙ୍ଗୀ ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରି ମିଳିଥିବା ସୂଚନା ମିଳିଛି । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରି ମିଳିଥିବା ଜଣାପଡ଼ିଛି । ଆପାର୍ଟମେଣ୍ଟ ଓନରସିପ୍‌ ବିଲ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଥିବା ଜଣାପଡ଼ିଛି ।

Leave A Reply

Your email address will not be published.