ପଶ୍ଚିମା ଝଡ: ଭିଜିବ ଉପାନ୍ତରୁ ଉପକୂଳ ୧୬ ଓ ୧୭ରେ ପ୍ରବଳ ବର୍ଷା

0 99

ଭୁବନେଶ୍ୱର : ଆସୁଛି ବଡ ବର୍ଷା । ଭିଜିବ ଉପାନ୍ତରୁ ଉପକୂଳ ।ଆଜିଠାରୁ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ । ଏହା ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ଝଡ ପବନ ସହ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ ।  ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କୋରାପୁଟ, ରାୟଗଡା, ଗଜପତିରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

୧୬ରେ କୋରାପୁଟ, ଗଜପତି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ୧୭ରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ାରେ ବର୍ଷା ସହ ଘଣ୍ଟା ପ୍ରତି ୪୫ ରୁ ୫୦ କିଲୋମିଟର ବେଗରେ ଝଟକା ପବନ ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave A Reply

Your email address will not be published.