ବନାଗ୍ନି ରୋକିବ ପଶ୍ଚିମା ଝଡ଼, ୧୭ରୁ ପାଞ୍ଚଦିନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

0 102

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୧୯ ତାରିଖ ଯାଏଁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା ରହିଛି । ଏଥିଯୋଗୁଁ ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟରେ ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ସମ୍ଭାବନା ରହିଛି । ୧୭ରୁ ବର୍ଷାର ବିସ୍ତୃତି ବଢିବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବୁଧବାର ସକାଳୁ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଛନ୍ନ ରହିଥିବା ବେଳେ କିଛି ସ୍ଥାନରେ ବର୍ଷା ହେବାର ସୂଚନା ମିଳିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ୧୬ରୁ ୧୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ମୟୁରଭଂଜ, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏଥିପାଇଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୧୭ରୁ ୧୮ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ,ନବରଙ୍ଗପୁର, ନୂଆପଡା, ରାୟଗଡା, ଗଜପତି, ଗଂଜାମ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଦେବଗଡ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଏହା ବ୍ୟତୀତ ଅନ୍ୟ ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

୧୮ରୁ ୧୯ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ଗଂଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଅନ୍ୟ ସମସ୍ତ ଜିଲ୍ଲାରେ ମଧ୍ୟ ଘଡଗଡି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଗଡି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.