ଗଞ୍ଜାମ ହେବ ନମ୍ବର ୱାନ୍‌

0 108

ବ୍ରହ୍ମପୁର : ଗଞ୍ଜାମ ମାଟିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ । ଦେଶରେ ଗଞ୍ଜାମ ଜିଲ୍ଲାକୁ ଏକ ନମ୍ବର ଜିଲ୍ଲା କରିବା । ବିଜେଡିର ଗଡ଼ ଗଞ୍ଜାମ ଜିଲ୍ଲା । ମୁଖ୍ୟମନ୍ତ୍ରୀ ଏହି ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଛନ୍ତି । ଜିଲ୍ଲାର ବିକାଶକୁ ଏବେ ପରବର୍ତ୍ତୀ ସ୍ତରକୁ ନେବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ରବିବାର ବ୍ରହ୍ମପୁର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାବାସୀଙ୍କୁ ଦେଇଛନ୍ତି ୨,୦୦୦ କୋଟି ଟଙ୍କାର ଭେଟି ।

ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ଯ୍ୟନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରବିବାର ବ୍ରହ୍ମପୁର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ କବିସୂର୍ଯ୍ୟନଗରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଜିଲ୍ଲା ପାଇଁ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଘୋଷଣା କରିଥିବା ବେଳେ କେବଳ କବିସୂର୍ଯ୍ୟନଗର ପାଇଁ ୩୧୬ କୋଟିର ପ୍ୟାକେଜ ଥିଲା ।

ସେହିପରି ଛତ୍ରପୁରରେ ୧୦୦୦ କୋଟି ଓ ହିଞ୍ଜିଳିରେ ୫୯୦ କୋଟି କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରାଯାଇଥିଲା । ଏହି ଅବସରରେ ସେ ୨୦ ହଜାର ଲୋକଙ୍କୁ ଗ୍ରାମକଣ୍ଠ ଜମି ପଟ୍ଟା ପ୍ରଦାନ କରିଛନ୍ତି । ଛତ୍ରପୁରରେ ୩୫୦୦ ପଟ୍ଟା, ହିଞ୍ଜିଳିରେ ୪୫୦୦ ପଟ୍ଟା ଓ କବି ସୂର୍ଯ୍ୟନଗରରେ ୧୧ ହଜାରରୁ ଅଧିକ ପଟ୍ଟା ଦିଆଯାଇଥିଲା । ଏହିସବୁ ସ୍ଥାନରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାକୁ ରାଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ମତ ଦେବା ସହିତ ଏହାକୁ ଦେଶର ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫-ଟି ସ୍କୁଲ୍‌ ରୂପାନ୍ତର ରାଜ୍ୟ ସରକାରଙ୍କ ଦୁଇଟି ମାଇଲଷ୍ଟୋନ ସଫଳତା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ୫୦ ହଜାର ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଓ ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ସେ କହିଥଲେ । ସେହିପରି ୫-ଟି ସ୍କୁଲ୍‌ ରୂପାନ୍ତର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ୬୩୦ଟି ହାଇସ୍କୁଲ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୭୧ଟି ସ୍କୁଲର ରୂପାନ୍ତର ସରିଛି ଓ ଆସନ୍ତା ଡିସେମ୍ବର ସୁଦ୍ଧା ଜିଲ୍ଳାର ସବୁ ସ୍କୁଲ୍‌ ରୂପାନ୍ତରିତ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟରେ କୃଷକମାନ ବିନା ସୁଧରେ ଏକ ଲକ୍ଷ ଟଙ୍କାର ଋଣ
ଦିଆଯାଉଛି ବୋଲି ମଧ୍ୟ ସେ କହିଥିଲେ ।

Leave A Reply

Your email address will not be published.