ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଏୟାରପୋର୍ଟରୁ ତ୍ରିଶୂଳିଆ ଯାଏଁ କାମ ପାଇଁ ପ୍ରକ୍ରିୟା ଆରମ୍ଭ

0 92

ଭୁବନେଶ୍ୱର: ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏନେଇ ଟ୍ବିଟ୍ କରାଯାଇଛି । ଭୁବନେଶ୍ବର ଏୟାରପୋର୍ଟରୁ କଟକ ନେତାଜୀ ବ୍ରିଜ୍ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଗଡ଼ିବ। ଭୁବନେଶ୍ବର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ମେଟ୍ରୋ ଚାଲିବ । ଏଥିପାଇଁ ଏଲିଭେଟେଡ୍ କରିଡର କରାଯିବ । ଏଥିପାଇଁ ଭୁବନେଶ୍ବର ବିମାନବନ୍ଦର ଛକରୁ ସଚିବ ସ୍ତରୀୟ କମିଟିର ଫିଲ୍ଡ ଭିଜିଟ୍ କରାଯାଇଛି। 5T ସଚିବ ଭି.କେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ମେଟ୍ରୋ ଗଡ଼ିବାକୁ ଥିବା ରାସ୍ତାର ବିଭିନ୍ନ ସ୍ଥାନରେ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ ଟିମ୍ ସଦସ୍ୟ ।

ଦୈତନଗରୀ ଭୁବନେଶ୍ବର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ, କେଉଁଠି କି ପ୍ରକାର ସମସ୍ୟା ରହିବ, ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ, ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ, ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରିଛନ୍ତି 5T ସଚିବ । ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ ।

Leave A Reply

Your email address will not be published.