ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୬ ଦିନିଆ ଜାପାନ ଗସ୍ତ ଓଡ଼ିଶା ଏବେ ପୁଞ୍ଜିନିବେଶକଙ୍କ ପ୍ରଥମ ପସନ୍ଦ

0 251

ଭୁବନେଶ୍ୱର : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବିରତ ଉଦ୍ୟମ ଜାରି ରଖିଛନ୍ତି । ଏଥିପାଇଁ ଦେଶ, ବିଦେଶକୁ ଯାଇ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେଉଛନ୍ତି । ବିଦେଶର ବଡ଼ ବଡ଼ ଶିଳ୍ପପତିମାନଙ୍କୁ ଓଡ଼ିଶା ଆସିବା ପାଇଁ ଆହ୍ୱାନ ଦେଉଛନ୍ତି । ବିଗତ କିଛିବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଏଭଳି ପ୍ରୟାସ ଯୋଗୁ ଓଡ଼ିଶା ଏବେ ପୁଞ୍ଜି ନିବେଶକମାନଙ୍କ ପସନ୍ଦ ପାଲଟିଛି ।

ଏହି କ୍ରମରେ ଆସନ୍ତାକାଲି ଅର୍ଥାତ ଏପ୍ରିଲ ୩ ତାରିଖରୁ ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହ ଜାପାନ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ୱୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ ।

ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ୱ ଦିଆଯିବ ।

ବିଶେଷ କରି ଜାପାନର ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା ଓ ରୋଡ୍‌ ଶୋ’ କରି ଆକୃଷ୍ଟ କରାଯିବ । ବିଦେଶରୁ ପୁଞ୍ଜି ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦମ୍ୟକୁ ପ୍ରଶଂସା କରିଛନ୍ତି ବିଶେଷଜ୍ଞ । ରୋମ, ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୩ ତାରିଖରେ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ କରି ନିବେଶ ସମ୍ମିଳନୀରେ ସାମିଲ ହେବା ସହ ରୋଡ୍‌ ଶୋ’ କରିବେ । ଦୁବାଇରୁ ୨୧ ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍‌ ରହିଛି । ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍‌ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍‌ । ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇଥିବା ୱାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି ।

Leave A Reply

Your email address will not be published.