ମିଶନ ଶକ୍ତି ଡକ୍ୟୁ ଫିଲ୍ମକୁ ଅନ୍ତଃରାଷ୍ଟ୍ରୀୟ ପ୍ରଶଂସା

0 95

ନୂଆଦିଲ୍ଲୀ : ବିଶିଷ୍ଟ ଆଦିବାସୀ ଗବେଷକ, ସାମ୍ବାଦିକ ତଥା ପ୍ରାମାଣିକ ଚଳଚିତ୍ର ନିର୍ମାତା ଜିତେନ୍ଦ୍ର ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ଓ ନିର୍ଦ୍ଦେଶିତ ଡକ୍ୟୁ ଫିଲ୍ମ-“ମିଶନ ଶକ୍ତତି’କୁ ଅନ୍ତଃରାଷ୍ଟ୍ରୀୟ ପ୍ରଶଂସା ମିଳିଛି । ଜାତିସଂଘ ଦ୍ୱାରା ଆମେରିକାରେ ସିଆଟେଲ ଠାରେ ଅନୁଷ୍ଠିତ ସି ଫୁଡ ଏଲାଏନ୍ସ ଶୀର୍ଷକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଭାରତ ସମେତ ବିଭିନ୍ନ ଦେଶରୁ ମହିଳା ସଶକ୍ତିକରଣ ଉପରେ ଶତାଧିକ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ ହୋଇଥିଲା ।ସମ୍ମିଳନୀରେ ଓଡ଼ିଶା ଅଂଶଗ୍ରହଣ କରିବା ସହ ୩.୨୨ ମିନିଟର ମିଶନ ଶକ୍ତି ଶୀର୍ଷକ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ ହୋଇଥିଲା ଓ ଏହା ମିଶନ ଶକ୍ତି ବିଭାଗ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଦ୍ୱାରା ପ୍ରସ୍ତୁତ ହୋଇଥିଲା ।

ଓଡ଼ିଶାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) କେମିତି ପଞ୍ଚାୟତ ପୋଖରୀରେ ମାଛ ·ଷ କରି ସଫଳତା ପାଇଛନ୍ତି ତାହା ଉକ୍ତ ଡକ୍ୟୁ ଫିଲ୍ମରେ ନିଚ୍ଛକ ଭାବେ ପ୍ରଦର୍ଶିତ ହୋଇଥିବା ଦେଖି ଉପସ୍ଥିତ ବି·ରକ ମଣ୍ଡଳୀ ଓ ବିଶ୍ୱସ୍ତରୀୟ ବିଶେଷଜ୍ଞମାନେ ଆଶ୍ଚର୍ଯ୍ୟ ହେବା ସହ ଅଭିଭୂତ ହୋଇଥିଲେ ଓ ସେଥିପାଇଁ ଜାତିସଂଘ ପକ୍ଷରୁ ମିଶନ ଶକ୍ତି-ଡକ୍ୟୁ ଫିଲ୍ମ ପାଇଁ ଓଡ଼ିଶାକୁ ସମ୍ମାନିତ କରାଯାଇଥିଲା ।ଏନେଇ ପ୍ରଶଂସା ପତ୍ର ଓ ଉପଢୌକନକୁ ପ୍ରଦାନ କରାଯାଇଛି । ଆମେରିକା ଗସ୍ତରେ ଥିବା ଓଡ଼ିଶା ସରକାରଙ୍କ ପ୍ରତିନିଧି ତଥା ମତ୍ସ୍ୟ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ତାହାକୁ ଗ୍ରହଣ କରିଥିଲେ ।

Leave A Reply

Your email address will not be published.