ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି, ପ୍ରତି ୱାର୍ଡରେ ହେବ ସେଲିବ୍ରେସନ

0 100

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୫ତମ ପ୍ରତିଷ୍ଠା ଦିବସ । ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ । ସମୟ ସହିତ ତାଳ ଦେଇ ଭୁବନେଶ୍ବରର ବୃଦ୍ଧି ପାଇଛି କଳେବର । ବିକାଶ ଧାରାରେ ସାମିଲ ହୋଇ ଦେଶର ୧ ନମ୍ବର ସ୍ମାର୍ଟସିଟିର ମଧ୍ୟ ମାନ୍ୟତା ହାସଲ କରିଛି ଆମ ରାଜଧାନୀ ।

ଚାଲିଚଳନରେ ପରିବର୍ତ୍ତନ ସହ ଜନସଂଖ୍ୟା ୧୫ ହଜାରରୁ ୧୫ ଲକ୍ଷରେ ପହଞ୍ଚିଛି । ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡା, ସବୁ କ୍ଷେତ୍ରରେ ଜାରି ରହିଛି ବିକାଶ । ଦେଶର ନମ୍ବର ଓ୍ବାନ୍ ସ୍ମାର୍ଟସିଟିର ମାନ୍ୟତା ହାସଲ କରିସାରିଛି ଭୁବନେଶ୍ବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ବିଭିନ୍ନ ପ୍ରକଳ୍ପ ଓ ଯୋଜନା ଜରିଆରେ ବଢିବାରେ ଲାଗିଛି ଭୁବନେଶ୍ବରର ବିକାଶ । ପରେଡରେ ଓଡିଶା ପୋଲିସ ବ୍ୟାଣ୍ଡ ସହ ମୋଟ ୪୨ ଟ୍ରୁପ ଅଂଶ ଗ୍ରହଣ କରିବେ । ବିଭିନ୍ନ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଏନସିସି ଟ୍ରୁପ୍ସ, ସ୍କେଟିଂ, ଏବଂ ଡେୟାର ଡେଭିଲ ଟିମ ଭାଗନେବେ । ପ୍ରତି ଓ୍ବାର୍ଡରେ କାର୍ଯ୍ୟକ୍ରମ କରିବା ପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave A Reply

Your email address will not be published.