ଆଜି ଦିନ ୧୧ଟା ୪୩ ମିନିଟ୍‌ରେ ହଜି ଯିବ ନିଜ ଛାଇ

0 96

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଦୃଶ୍ୟମାନ ହେବ ନାହିଁ ଛାଇ । ଦିନ ୧୧ଟା ୪୩ ମିନିଟରେ ହଜିଯିବ ନିଜ ଛାଇ । ବର୍ଷରେ ଦୁଇ ଥର ସୂର୍ଯ୍ୟ ଆମ ମୁଣ୍ଡ ଉପରେ ରହେ ଏବଂ ଆମର ଛାଇ ଦୃଶ୍ୟମାନ ହୋଇନଥାଏ । ଯାହାକୁ ଜ୍ୟୋର୍ତିବିଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଦିବସ ବୋଲି କହିଥାନ୍ତି । ଏହି ଦିବସ କେବଳ ମକର କ୍ରାନ୍ତି ଓ କର୍କଟ କ୍ରାନ୍ତି ଭିତରେ ଥିବା ଅଞ୍ଚଳରେ ହିଁ ଘଟିଥାଏ । ଏଣୁ କନ୍ୟାକୁମାରୀ ଠାରୁ ଭାରତର ମଧ୍ୟଭାଗରେ ଥିବା କର୍କଟ କ୍ରାନ୍ତି ମଧ୍ୟରେ ଥିବା ସବୁ ଅଞ୍ଚଳରେ ଏପ୍ରିଲରୁ ଜୁନ୍ ଓ ଜୁନରୁ ଅଗଷ୍ଟ ମାସ ମଧ୍ୟରେ ବର୍ଷକୁ ଦୁଇ ଥର ଶୂନ୍ୟ ଛାୟା ଘଟିଥାଏ ।

ଚଳିତ ବର୍ଷ ଏହି ଦିବସ ଆଜି ଭୁବନେଶ୍ବର ସହରରେ ଓ ଆସନ୍ତାକାଲି ମଧ୍ୟାହ୍ନ ୧୧ଟା ୪୩ ମିନିଟ ସମୟରେ କଟକ, ୨୮ ତାରିଖରେ ବୁର୍ଲା ଓ ୨୯ ତାରିଖରେ ବାରିପଦାରେ ଶୂନ୍ୟ ଛାୟା ଦୃଶ୍ୟମାନ ହେବ । ଏହି ଦୃଶ୍ୟ ଦେଖିବା ପାଇଁ ସର୍ବସାଧାରଣଙ୍କ ପାଇଁ ଭୁବନେଶ୍ବରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.