ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ

0 114

ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ । ୨୦୧୯ ମେ’ ୨୯ ତାରିଖ । ରାଜନୀତି ପଣ୍ଡିତଙ୍କ ବୁଦ୍ଧି ହଜାଇଦେଇଥିଲା ଫଳାଫଳ । ୧୧୨ ଆସନରେ ବାଜି ମାରି ଲଗାତାର ପଞ୍ଚମ ଥର ପାଇଁ କ୍ଷମତାସୀନ ହୋଇଥିଲା ବିଜୁ ଜନତା ଦଳ ।

ଆରମ୍ଭ ହୋଇଥିଲା ନବୀନ ଶାସନର ଆଉ ଏକ ସଫଳ ଅଧ୍ୟାୟ। ସେ ଐତିହାସିକ ଅଧ୍ୟାୟକୁ ଆଜି ପୂରିଛି ୪ ବର୍ଷ । ଏହାରି ଭିତରେ ଦୁର୍ନୀତିମୁକ୍ତ ଶାସନ ଦେବାରେ ଶ୍ରେଷ୍ଠ ଦୃଷ୍ଟାନ୍ତ ସାଜିଛନ୍ତି ନବୀନ ସରକାର । ଶିକ୍ଷାଠୁ ସ୍ବାସ୍ଥ୍ୟ, କ୍ରୀଡ଼ା, ଭିତ୍ତିଭୂମି ଓ ମୌଳିକ ସୁବିଧା ଯୋଗାଇଦେବାରୁ ମଡେଲ ସାଜିଛି ବିଜେଡି ସରକାର ।

ନୂତନ ଓଡ଼ିଶା ଗଠନର କର୍ଣ୍ଣଧାର ସାଜିଛି 5T । ନୂଆ ଓଡିଶା ଗଠନର ପଡ଼ିଛି ନୂଆ ମୂଳଦୁଆ । ଲୋକଙ୍କ ଘର ଦୁଆର ମୁହଁରେ ପହଞ୍ଚିଛି ପ୍ରଶାସନ। ସରକାରୀ କାର୍ଯ୍ୟାଳୟରେ ଲାଞ୍ଚ କାରବାର ଉପରେ ରୋକ ଲଗାଇବାକୁ ଆରମ୍ଭ ହୋଇଛି ମୋ ସରକାର ଅଭିଯାନ । ବିଦା ହେଉଛନ୍ତି ଦୁର୍ନୀତିଖୋର ଓ ଅପାରଗ ଅଫିସର । ସ୍ବଚ୍ଛତା ସହ ରୂପାନ୍ତରଣରେ ଲେଖାହୋଇଛି ନୂଆ ଅଧ୍ୟାୟ । ଘରୋଇ ସ୍କୁଲଠାରୁ ସରକାରୀ ସ୍କୁଲ ଅଧିକ ବିକଶିତ ହୋଇଛି । ସ୍ବାସ୍ଥ୍ୟସେବାରେ ଆସିଛି ଐତିହାସିକ ପରିବର୍ତ୍ତନ ।

Leave A Reply

Your email address will not be published.