ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0 96

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଉଦ୍ଧାର କାର୍ଯ୍ୟ ନେଇ ଆଲୋଚନା କରିଛନ୍ତି । ଏହାପରେ ବାଲେଶ୍ବର ମେଡିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା କିପରି ଚାଲିଛି ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି ।  ଚିକିତ୍ସାରେ ଯେମିତି କୌଣସି ଅଭାବ ନହୁଏ ସେନେଇ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ଡାକ୍ତରୀ ଟିମ୍ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ସ୍ଥାନୀୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ଅକ୍ଲାନ୍ତ ପରିଶ୍ରମ କରିଥିଲେ । ଯାତ୍ରୀମାନଙ୍କୁ ଉଦ୍ଧାର ସହ ହସ୍ପିଟାଲରେ ପହଞ୍ଚାଇଥିଲେ ସ୍ଥାନୀୟ ଲୋକ ।  ମୁଖ୍ୟମନ୍ତ୍ରୀଙ୍କ ସହ 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି ।

Leave A Reply

Your email address will not be published.