କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳରେ ପ୍ରଧାନମନ୍ତ୍ରୀ ମୋଦି

0 96

ବାହାନଗା: ବାଲେଶ୍ବର ବାହାନଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । M-17 ଡେଲିକପ୍ଟରରେ ବାହାନଗାରେ ପହଞ୍ଚିବା ପରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳକୁ ଗଲେ । ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପରେ ସ୍ଥିତି ସମୀକ୍ଷା କରିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ଦୁର୍ଘଟଣା ସ୍ଥଳରୁ ମାତ୍ର ଶହେ ମିଟର ଦୂରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଲ୍ୟାଣ୍ଡ କରିଥିଲା । ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସୁରକ୍ଷା ବଳୟରେ ପ୍ରଧାନମନ୍ତ୍ରୀ ଦୁର୍ଘଟଣା ସ୍ଥଳକୁ ଯାଇଥିଲେ । ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପରେ ରେସ୍ୟୁ ଅପରେସନ ସମ୍ପର୍କରେ ପଚାରି ବୁଝିଥିଲେ । ଏହାସହ ଆହତ ଓ ମୃତକଙ୍କ ସମ୍ପର୍କରେ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ – ବେଙ୍ଗଲୁରୁ ହାୱଡା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । ମୋଟ୍ ୧୭ଟି ବଗି ଲାଇନଚ୍ୟୁତ ହୋଇଥିଲା । ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୯ ଶହ ଲୋକ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave A Reply

Your email address will not be published.