ସାରା ଓଡ଼ିଶାକୁ ଛୁଇଁ ସାରିଛି ମୌସୁମୀ, ୪ ଦିନ ପ୍ରବଳ ବର୍ଷିବ

0 122

ଭୁବନେଶ୍ବର: ସାରା ଓଡ଼ିଶାକୁ ଛୁଇଁ ସାରିଛି ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳର ଅତିପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ବଜ୍ରପାତ ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.