ବିଜୁ ମହିଳା କାର୍ଯ୍ୟକାରିଣୀରେ ନବୀନଙ୍କ ଗୁରୁମନ୍ତ୍ର ଗାଁରୁ ସଂସଦ ଲଢେ଼ଇ ଜାରି ରଖ

0 115

ଭୁବନେଶ୍ୱର : ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏହି ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନବୀନ କହିଛନ୍ତି କି, ମହିଳା ସଶକ୍ତିକରଣ ମୋ ପାଇଁ ସବୁବେଳେ ପ୍ରାଥମିକତା ରହି ଆସିଛି । ଆମ ରାଜ୍ୟ ଓଡିଶାରେ ମାଆମାନେ ସଶକ୍ତ ହୋଇଛନ୍ତି । ବିକାଶର ସବୁ କ୍ଷେତ୍ରରେ ସେମାନଙ୍କ ଭୂମିକା ରହିଛି । ସେମାନେ ଏବେ ଓଡ଼ିଶାର ବିକାଶରେ ସମାନ ସହଯୋଗୀ ଓ ଭାଗୀଦାର । ମାଆମାନେ ଏବେ ଗାଁ ଗାଁରେ ନେତୃତ୍ୱ ନେଇଛନ୍ତି ।

ପଞ୍ଚାୟତରେ ବିକାଶ କଥା ବୁଝୁଛନ୍ତି । ମିଶନ ଶକ୍ତି ମାଆମାନଙ୍କର ଶକ୍ତିକେନ୍ଦ୍ର ହୋଇପାରିଛି । ଧାନ ସଂଗ୍ରହ ହେଉ ବା ସହରରେ ଆହାର କେନ୍ଦ୍ର ପରି·ଳନା ବା ବିଦ୍ୟୁତ୍‌ ମିଟର ରିଡିଂ, ଜଳସାଥୀ ବା ୫-ଟିରେ ରୂପାନ୍ତରିତ ସ୍କୁଲଗୁଡ଼ିକର ତଦାରଖ କରିବା ପରି ଦାୟିତ୍ୱ ନେଉଛନ୍ତି ମାଆ । ଗାଁ ପୋଖରୀରେ ମାଛ·ଷ କରୁଛନ୍ତି । ମିଶନ ଶକ୍ତି କାଫେ ଏବେ ସାରା ରାଜ୍ୟରେ ନ୍ୟୁଟ୍ରିସନର ବାର୍ତ୍ତା ଦେଉଛି । ମାଆମାନଙ୍କୁ ଗତବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି । ଏବେ ମାଆମାନଙ୍କ ସୁବିଧା ପାଇଁ ଆମ ସ୍କୁଟର ଯୋଜନା ଆରମ୍ଭ ହେବ । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ ବିନା ସୁଧରେ । ମିଶନ ଶକ୍ତିକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ କାମ ଆରମ୍ଭ ହୋଇଛି ।

ମାଆମାନଙ୍କୁ ଉଦ୍ୟୋଗୀ କରିବାକୁ କାମ ଆରମ୍ଭ ହୋଇଛି ବୋଲି ବିଜୁ ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଅନ୍ୟପକ୍ଷରେ ସଂଗଠନକୁ ଅଧିକ ମଜବୁତ୍‌ କରିବା ପାଇଁ ୱାର୍ଡ, ପଞ୍ଚାୟତ, ବ୍ଲକ୍‌ସ୍ତରରେ କମିଟି ଗଠନ କରାଯିବ । ଦରଦାମ ନିୟନ୍ତ୍ରଣ, ଫୋକସ୍‌ ଷ୍ଟେଟ୍‌ ମାନ୍ୟତା, ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ଗୃହିତ ଦାବି ସହିତ ଓଡ଼ିଶା ପ୍ରତି ବିଭିନ୍ନ କ୍ଷେତ୍ରରେ ଅବହେଳା ପ୍ରସଙ୍ଗରେ ରାଜରାସ୍ତାରେ ଲଢେ଼ଇ କରିବ ବିଜୁ ମହିଳା ଜନତା ଦଳ ।

ଆଜି କାର୍ଯ୍ୟକାରିଣୀରେ ଏ ସମ୍ପର୍କରେ ରାଜନୈତିକ ନିଷ୍ପତ୍ତି ନିଆଯାଇଛି । ଏଥିସହିତ ୫-ଟି ସ୍କୁଲ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ, ମିଶନ ଶକ୍ତିଙ୍କ ପାଇଁ ସ୍କୁଟର ଯୋଜନା ଭଳି ଅନେକ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଛି । ୨୦୧୯ ଲୋକସଭା ନିର୍ବାଚନରେ ୩୩ ପ୍ରତିଶତ ଆସନରେ ମହିଳାଙ୍କୁ ପ୍ରାର୍ଥୀ କରି ସାରା ଦେଶକୁ ବଡ଼ ବାର୍ତ୍ତା ଦେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଗକୁ ୨୦୨୪ ନିର୍ବାଚନ । ଏପରି ସ୍ଥଳେ ପୁଣିଥରେ ବିଜେଡି ସୁପ୍ରିମୋ ମହିଳା ସଂରକ୍ଷଣ ବିଲ୍‌କୁ ଶାଣିତ ଢଙ୍ଗରେ ଉଠାଇବା ପାଇଁ ଆହ୍ୱାନ ଦେଇଛନ୍ତି ।

Leave A Reply

Your email address will not be published.